ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଲାଗିଲା ଆଉ ୩ ଡାୟାଲିସିସ୍‌ ୟୁନିଟ୍‌, ଅଟୋ ଆନାଲାଇଜର

ଜଗତ୍‌ସିଂହପୁର ଅଫିସ,୧୫ା୩: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଡାୟାଲିସିସ୍‌ ୟୁନିଟ୍‌ରେ ପୁଣି ୩ଟି ମେଶିନ୍‌ ବୃଦ୍ଧି ହୋଇଛି। ଏହାକୁ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଆଗରୁ ୩ଟି ମେଶିନ୍‌ରେ କାର୍ଯ୍ୟ ହେଉଥିଲା। ଏବେ ଏହାକୁ ମିଶାଇ ୬ଟି ମେଶିନ୍‌କୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା କିଡ୍‌ନୀ ସମସ୍ୟାଜନିତ ରୋଗୀଙ୍କ ସୁବିଧାରେ ଡାୟାଲିସିସ୍‌ ହୋଇପାରିବ। ଡାୟାଲିସିସ୍‌ ନିମନ୍ତେ ରୋଗୀଙ୍କୁ କଟକ ଯିବାକୁ ପଡିବ ନାହିଁ। ଏଥିସହିତ ମେଡିକାଲ ଲାବୋରେଟୋରୀର ଏକ ଅଟୋ ଆନାଲାଇଜରକୁ ମଧ୍ୟ ବିଧାୟକ ଓ ଜିଲାପାଳ ଉଦ୍‌ଘାଟନ କରିଛନ୍ତି। ଏହି ଅଟୋ ଆନାଲାଇଜର ମାଧ୍ୟମରେ ଗ୍ଲୁକୋଜ୍‌, ୟୁରିଆ, କ୍ରିଏଟିନାଇନ୍‌, ବିଲିରୁବିନ୍‌, ଆଲ୍‌କାଲାଇନ୍‌ ଫସଫେଟ୍‌, କୋଲେଷ୍ଟରଲ୍‌, ଟ୍ରାଇଗ୍ଲିସେରାଇଡ୍‌, ୟୁରିକ୍‌ ଏସିଡ୍‌ ପରୀକ୍ଷା କରାଯିବ। ଏହି କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ବିଜୟା ପଣ୍ଡା, ଏଡିଏମ୍‌ଓ (ମେଡିକାଲ) ଡ. ଲାଲମୋହନ ରାଉତରାୟ, ଡିପିଏଚ୍‌ଓ ଡ. ଶତୃଘ୍ନ ଦାସ, ଏଡିପିଏଚ୍‌ଓ (ଟିବି) ଡ. ବସନ୍ତ ବାରିକ, ଏଡିପିଏଚ୍‌ଓ (ଭିଭିଡି)ଡ. କ୍ଷେତ୍ରବାସୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଜିଲାପାଳ ଓ ବିଧାୟକ ନିର୍ମାଣ ହେବାକୁ ଥିବା ଏମ୍‌ସିଏଚ୍‌ ବିଲ୍ଡିଂ ସ୍ଥାନ ପରିଦର୍ଶନ କରି କିପରି ଏହା ଶୀଘ୍ର ଆରମ୍ଭ ହେବ ତା’ଉପରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri