ଜଗନମୋହନଙ୍କ ନିଷ୍ପତ୍ତିକୁ ଶ୍ରୀକାନ୍ତଙ୍କ ସମର୍ଥନ: କହିଲେ ଏହା ‘ଐତିହାସିକ’; ଓଡ଼ିଶାରେ ଅତିକମ୍‌ରେ ୩ ଜଣଙ୍କୁ କରାଯାଉ

ଭୁବନେଶ୍ୱର,୭।୬(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ମନ୍ତ୍ରୀମଣ୍ଡଳରେ ୫ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ। ଏ ନେଇ ସେ ଶୁକ୍ରବାର ଘୋଷଣା କରିବା ପରେ ଦେଶ ତଥା ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ବିଶେଷକରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ଓ କପୁ ସମୁଦାୟର ୫ ଜଣଙ୍କୁ ସେ ଉପ-ମୁଖ୍ୟମନ୍ତ୍ରୀ ଭାବେ ଚୟନ କରିଛନ୍ତି। ଏହାକୁ ଐତିହାସିକ ନିଷ୍ପତ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଶୁକ୍ରବାର କହିଛନ୍ତି।

ଧରିତ୍ରୀ ସହ ସାକ୍ଷାତକାର ସମୟରେ ଶ୍ରୀକାନ୍ତ କହିଛନ୍ତି, ଜଗନମୋହନ ରେଡ୍ଡିଙ୍କ ଏହି ନିଷ୍ପତ୍ତି ଏକ ଐତିହାସିକ ନିଷ୍ପତ୍ତି। ଏହାର ଏକ ଦୂରଗାମୀ ପ୍ରଭାବ କେବଳ ଆନ୍ଧ୍ର ରାଜନୀତିରେ ନୁହେଁ ବରଂ ଭାରତର ରାଜନୀତିରେ ପଡ଼ିବାକୁ ଯାଉଛି। ଓଡ଼ିଶାରେ ମଧ୍ୟ ଜଣେ ଆଦିବାସୀ, ଦଳିତ ତଥା ପଛୁଆ ବର୍ଗର ଜଣଙ୍କୁ ମୁଖ୍ୟମନ୍ତ୍ରୀ କରାଯାଉ ଏବଂ ଅନ୍ୟମାନଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରାଯାଉ ବୋଲି ମୁଁ ପୂର୍ବରୁ କହିଥିଲି। ହେଲେ ଘଟଣାକୁ ନେଇ ମୋତେ କଂଗ୍ରେସରୁ ବିଦା ହେବାକୁ ପଡ଼ିଥିଲା। ଏବେ ଜଗନମୋହନଙ୍କ ଏହି ପଦକ୍ଷେପକୁ ନେଇ ମୁଁ ବହୁତ ଖୁସି। ସେ ସବୁ ବର୍ଗକୁ ନେଇ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବା ଦିଗରେ ଉଦ୍ୟମ କରିଛନ୍ତି। ଭାବୁଛି ଦେଶରେ ଅନ୍ୟ ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହାକୁ ଅନୁସରଣ କରିବେ। ଓଡ଼ିଶା ଏଭଳି ଏକ ରାଜ୍ୟ ଯେଉଁଠାରେ ପଛୁଆ ତଥା ଦଳିତ ଲୋକଙ୍କ ସଂଖ୍ୟା ୯୪ଭାଗ। ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କୁ ବଛା ଯାଇ ସାରିଲାଣି। ଏଣୁ ଏବେ ଶୀଘ୍ର ଅତିକମ୍‌ରେ ୩ ଜଣଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବ ବୋଲି ସେ ଆଶା କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?