ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବି

ପୁରୀ,୩୦ା୧୧(ଅଜିତ ମହାନ୍ତି): ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବିରେ ସାମାଜିକ ଅନୁଷ୍ଠାନ ‘ପ୍ରୟାସ’ ପକ୍ଷରୁ ଜାତୀୟ ରାଜପଥ ଆଞ୍ଚଳିକ ମୁଖ୍ୟ ବୀରେନ୍ଦ୍ର ସିଂହଙ୍କୁ ଭେଟି ଏକ ଦାବିପତ୍ର ଦିଆଯାଇଛି। ଦାବିପତ୍ରରେ ଉଲ୍ଲେଖ ହୋଇଛି ଯେ, ପୁରୀକୁ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିିଶା ସହିତ ସଂଯୋଗ କରୁଥିବା ଅବିଭକ୍ତ ପୁରୀ ଜିଲାର ଜୀବନରେଖା ନୂଆ ଜଗନ୍ନାଥ ସଡ଼କ। ତେଣୁ ଉକ୍ତ ସଡ଼କକୁ ଔପଚାରିକ ଭାବେ ଜାତୀୟ ରାଜପଥ ମାନ୍ୟତା ପ୍ରଦାନ କରିବା ସହ ରାସ୍ତା କାର୍ଯ୍ୟ ଆରମ୍ଭ କରାଯାଉ। ଉକ୍ତ ସଡ଼କ ଜାତୀୟ ରାଜପଥ ମାନ୍ୟତା ପାଇବା ପାଇଁ ସମସ୍ତ ଆବଶ୍ୟକତା ପୂରଣ କରିସାରିଥିବାରୁ ଏବଂ ଏହାର ଡିପିଆର୍‌ ପ୍ରସ୍ତୁତ କରାଯାଇ ଭୂପୃଷ୍ଠ ପରିବହନ ମନ୍ତ୍ରଣାଳୟକୁ ୫ବର୍ଷ ପୂର୍ବରୁ ପ୍ରଦାନ କରାଯାଇ ସାରିଥିବାରୁ ଏ କ୍ଷେତ୍ରରେ ଅଗ୍ରଗତି ବିଳମ୍ବିତ ହେବା ଦୁର୍ଭାଗ୍ୟଜନକ ବୋଲି କୃଷ୍ଣଚନ୍ଦ୍ର ଜଗଦେବ ଆଲୋଚନା କାଳରେ କହିଥିଲେ। ସେହିପରି ପ୍ରୟାସ ରାଜ୍ୟ ସମ୍ପାଦକ କାମାକ୍ଷା ପ୍ରଧାନ ଜନସ୍ବାର୍ଥ ସମ୍ବଳିତ ଏହି ପ୍ରସଙ୍ଗକୁ ଯଦି ଆଉ ଅଣଦେଖା କରାଯିବ ତେବେ ଜନ ଆନ୍ଦୋଳନ କରାଯିବ ବୋଲି କହିଥିଲେ। ଉକ୍ତ ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ଶ୍ରୀନିବାସ ପାତ୍ର, ଜିଷ୍ଣୁଜୟ ମତଗଜ ସିଂ, ଅନନ୍ତ ନାରାୟଣ ମଙ୍ଗରାଜ, ରତିକାନ୍ତ ତ୍ରିପାଠୀ ଏବଂ ତରୁଣସେନ ସ୍ବାଇଁ ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?