ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା ଘଟିଛି। ଆଗରେ ଛିଡ଼ା ହୋଇଥିବା କଣ୍ଟେନର ପଛରୁ ଧକ୍କା ଦେଲା ମିନିବସ୍‌ । ଫଳରେ ସମସ୍ତ ୧୬ ଜଣ ଯାତ୍ରୀ ଗୁରୁତର ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ, ବୁଧବାର ଭୋର ସମୟରେ କୁଣ୍ଡପୁର ଛକ ନିକଟରେ ଏକ କଣ୍ଟେନର ଅଟକିଥିଲା। ସେହିସମୟରେ ପୁରୀରୁ ଜଗା ଦର୍ଶନ ସାରି ପଶ୍ଚିମବଙ୍ଗର ୧୬ ଜଣକୁ ନେଇ ଫେରୁଥିବା ଓଡ଼ି୦୧ଜେଡ୬୮୦୪ ଏକ ମିନିବସ୍‌ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସମସ୍ତ ୧୬ ଜଣ ଗୁରୁତର ହୋଇଥିଲେ। ଖବରପାଇ ଆମ୍ବୁଲାନ୍ସ, ବସ୍ତା ଦମକଳବାହିନୀ ପୋଲିସ ଉପସ୍ଥିତିରେ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ୨ ଜଣ ଅତି ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ବେଳେ ଅନ୍ୟ ୧୪ ଜଣଙ୍କୁ ବସ୍ତା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଡ୍ରାଇଭରର ଅସାବଧାନତା ଯୋଗୁ ବା ଡ୍ରାଇଭରକୁ ନିଦ ଲାଗିଯାଇଥିବାରୁ ଏଭଳି ଘଟଣା ଘଟିଥାଇପାରେ ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣଯାଇଛି। ଏହାସହ ଟ୍ରକ୍‌ର ପଛ ପଟେ କୌଣସି ଲାଲ ଲାଇଟ ନଥିବା ମଧ୍ୟ କୁହାଯାଉଛି। ୧୪ ଜଣ ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ପିଲା ୪ ଜଣ ମହିଳା ଅନ୍ୟ ପୁରୁଷ ଯାତ୍ରୀ ଅଛନ୍ତି। ତେବେ ବାରମ୍ବାର ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ବଢ଼ି ଚାଲିଥିଲେ ମଧ୍ୟ ପ୍ରଶାସନ ତରଫରୁ ରାସ୍ତା ପାର୍ଶ୍ୱରେ ଖୋଲି ଉଠିଥିବା ଢାବା ପାଖରେ ରାସ୍ତା ଅବରୋଧ କରି ଠିଆ ହୋଇଥିବା ଗାଡିଗୁଡ଼ିକ ଉପରେ କୌଣସି ପଦକ୍ଷେପ ନେଉନଥିବା ଜଣାଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri