ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ

କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ ଟିମ୍‌ ଉଭୟଙ୍କ ଖାଇବା, ଶୋଇବା ସହ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛନ୍ତି। ଏସ୍‌ସିବିରେ ପହଞ୍ଚତ୍ବା ପରଠାରୁ ଜଗା ସୁସ୍ଥ ଥିବାବେଳେ କାଳିଆର ମାନସିକ ସ୍ଥିତିରେ ସୁଧାର ଆସୁନାହିଁ। ତାକୁ ସୁସ୍ଥ କରିବା ପାଇଁ ଡାକ୍ତରୀ ଟିମ୍‌ ଲାଗି ପଡ଼ିଛନ୍ତି। ଅନ୍ୟପକ୍ଷରେ ଜଗା ପାଠ ପଢିବା ପାଇଁ ସମର୍ଥ ବୋଲି ଡାକ୍ତରୀ ଟିମ୍‌ ମତ ଦେଇଛନ୍ତି। ଏହି ଟିମ୍‌ରେ ୨ ଜଣ ଏମ୍‌ସ ଡାକ୍ତର ଅଛନ୍ତି। କାଳିଆର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଟିମ୍‌ର ଚିନ୍ତା ବଢିବାରେ ଲାଗିଛି। କାଳିଆ ଯେପରି ସଂକ୍ରମଣ ରୋଗରେ ଆକ୍ରାନ୍ତ ନ ହୁଏ ସେ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା ଚାଲିଛି। ଏ ନେଇ ଏସ୍‌ସିବି ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡା. ସିବିକେ ମହାନ୍ତି କହିଛନ୍ତି, ଜଗା ସୁସ୍ଥ ଥିବାବେଳେ ପାଠ ପଢିବା ପାଇଁ ବିଶେଷଜ୍ଞମାନେ ମତ ଦେଇଛନ୍ତି। କାଳିଆର ଅବସ୍ଥା ପୂର୍ବପରି ରହିଛି। ଆମ ପକ୍ଷରୁ ମଧ୍ୟ ଜଗା ପଢିବାକୁ ମତ ରଖାଯାଇଛି। ଏବେ ତାଙ୍କ ମା’ବାପାଙ୍କ ଉପରେ ପାଠପଢା ନିର୍ଭର କରେ। ଜଗା-କାଳିଆଙ୍କ ଚିକିତ୍ସା ଦାୟିତ୍ୱରେ ଥିବା ଡା. ସୁଧାଂଶୁ ମିଶ୍ର କହିଛନ୍ତି, କାଳିଆଙ୍କୁ ମଝିରେ ମଝିରେ ଜ୍ୱର ଆସୁଛି। ଆଜି ଦିନରେ ଥରେ ଜ୍ୱର ହୋଇଥିଲା। କିନ୍ତୁ ତାହା ଭଲ ହୋଇଯାଇଛି। ଆଗାମୀ ଦିନରେ ପୁନର୍ବାର ଯେପରି ଜ୍ୱର ନ ହୁଏ ସେ ଦିଗରେ ଦୃଷ୍ଟି ଦିଆଯାଉଛି। କାଳିଆର ପେଟ ବାଟେ ତରଳ ଖାଦ୍ୟ ଖାଇବାକୁ ଦିଆଯାଉଛି। ଏବେ ସେ ସୁସ୍ଥ ଅଛନ୍ତି। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ଆମ ଟିମ୍‌ ଦିନରାତି ଚେଷ୍ଟା ଚଳାଇଛନ୍ତି। ଜଗାକୁ ଆମିଷ, ନିରାମିଷ ଖାଦ୍ୟ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?