ଜଙ୍ଗଲକୁ ମହୁ ସଂଗ୍ରହ ପାଇଁ ଯିବା କାଳହେଲା: ଭାଲୁ ଆକ୍ରମଣରେ ୨ ମୃତ, ଜଣେ ଆହତ

ସମ୍ବଲପୁର,୧୪।୬(ବ୍ୟୁରୋ)-ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ଅଧୀନ ବଣିଆବନ୍ଧ ଗାଁ ଜଙ୍ଗଲରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ରଜ ସଂକ୍ରାନ୍ତି ଅବସରରେ ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯିବା ୩ ଜଣ ଲୋକଙ୍କୁ କାଳ ହୋଇଛି। ଭାଲୁ ଆକ୍ରମଣରେ ଦୁଇ ଜଣଙ୍କ ଜଙ୍ଗଲରେ ହିଁ ମୃତ୍ୟୁ ଘଟିଛି। ଜଣେ ଆହତ ହୋଇଛନ୍ତି। ସେହିଭଳି ଗଛରେ ଚଢ଼ି ଦୁଇ ଜଣ ଯୁବକ ଭାଲୁ କବଳରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ମୃତକ ଦ୍ୱୟ ହେଲେ ବଣିଆଁବନ୍ଧ ଗାଁର ଚେରୁ ମୁଣ୍ଡା (୫୫), କୃଷ୍ଣ ମୁଣ୍ଡା (୪୮)। ସେହିପରି ଆହତ ବ୍ୟକ୍ତି ଜଣକ ହେଲେ ଅଷାଢୁ ମୁଣ୍ଡା (୪୦)। ତାଙ୍କୁ ରେଢ଼ାଖୋଲ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ଭିମ୍‌ସାର ପଠାଯାଇଛି। ସୁବନ ମୁଣ୍ଡା (୨୦) ଓ ସୁବଳ ମୁଣ୍ଡା (୨୦) ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରାତିସୁଦ୍ଧା ମୃତଦେହ ଉଦ୍ଧାର ହୋଇ ପାରିନାହିଁ। ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ଜଗି ରହିଛନ୍ତି। ଅନ୍ୟପକ୍ଷେ ରେଢାଖୋଲ ଡିଏଫଓ ସଂଗ୍ରାମ କେଶରୀ ବେହେରା ସୂଚନା ଦେଇଛନ୍ତି ଯେ, ଭାଲୁ ଆକ୍ରମଣରୁ ବର୍ତ୍ତିବାକୁ ଦୁଇ ମୃତକ ମଧ୍ୟ ଭାଲୁ ସହ ଲଢେଇ କରିଥିଲେ। ଏଣୁ ଘଟଣାସ୍ଥଳରେ ମଧ୍ୟ ଭାଲୁର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?