ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର

ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ବେଳେ ବନପାଳ ହରିହର ବେହେରା ଏବଂ ବନରକ୍ଷୀ ସୁବ୍ରତ ନାୟକ ସ୍କ୍କାଡ ଟିମ୍‌ ନେଇ ପହଞ୍ଚିଛନ୍ତି। ତଦନ୍ତ କରାଯିବା ସହ ବିଭାଗ ପକ୍ଷରୁ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। କେହି ଦୁର୍ବୃତ୍ତ ଜମି ଅଧିଗ୍ରହଣ ପାଇଁ ଜଙ୍ଗଲକୁ କାଟି ସଫା କରିଥାଇ ପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିସହ ଉକ୍ତ ଜଙ୍ଗଲ ସଂରକ୍ଷିତ ନା କୌଣସି ବ୍ୟକ୍ତିଗତ ଜମି ତାହା ବନ ବିଭାଗ ଗୁରୁତର ସହ ତଦନ୍ତ ଚଳାଇଛି। ବନ ବିଭାଗର ନୂତନ ନକ୍ସା ପ୍ରସ୍ତୁତି ପରେ ସଂରକ୍ଷିତ ଜଙ୍ଗଲ ନା ତାହା ରାଜସ୍ବ ଜମି ସେନେଇ ସ୍ପଷ୍ଟ ହେବ। ଏ ସମ୍ପର୍କରେ ବନପାଳ କହିଛନ୍ତି, ଜଙ୍ଗଲକୁ କିଏ କାଟିଛି ଜଣାପଡ଼ିଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri