ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼, ୨୩।୭ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ ଉଦ୍ଧାର କରିଛି। ନାବାଳିକାଙ୍କ ଅଙ୍ଗବସ୍ତ୍ର ନ ଥିବାରୁ ତାଙ୍କୁ ବଳାତ୍କାର ପରେ ଗଳା ଚିପି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଦଶମ ଶ୍ରେଣୀ ପାସ କରିଥିବା ଏହି ନାବାଳିକା ଜଣକ ଗତ ଶନିବାରରୁ ନିଖୋଜ ଥିଲେ। ଜଙ୍ଗଲ ମଧ୍ୟରେ ଏହି ନାବାଳିକାଙ୍କ ମୃତଦେହ ପଡିଥିବା ପ୍ରଥମେ ସ୍ଥାନୀୟ ଜଣେ ଛେଳି ଚରାଳି ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ଏହି ସମୟରେ ନାବାଳିକାଙ୍କ ବାପା ଝିଅର ନିଖୋଜ ସମ୍ପର୍କରେ ହେମଗିର ଥାନାକୁ ଖବର ଦେବାକୁ ଯାଉଥିଲେ। ଜଙ୍ଗଲରେ ମୃତଦେହ ପଡ଼ିଥିବା ଗଁା ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗଳିତ ମୃତଦେହ ତାଙ୍କ ଝିଅର ବୋଲି ଚିହ୍ନଟ କରିଥିଲେ। ମୃତା ନାବାଳିକାଙ୍କ ଘର ପାଖ ଗ୍ରାମରେ। ପୋଲିସ ମୃତଦେହ ଜବତ କରିଛି। ମଙ୍ଗଳବାର ବ୍ୟବଚ୍ଛେଦ ପରେ ଠିକ୍‌ ରିପୋର୍ଟ ଆସିବ ବୋଲି ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?