ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ

ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା ସମ୍ପର୍କୀୟା ବୋହୂ ନିଖୋଜଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ବୁଦୁନି ମୁଣ୍ଡାଙ୍କ ସହ ତାଙ୍କର ସମ୍ପର୍କୀୟା ବୋହୂ ଏବଂ ୩ ନାତିନାତୁଣୀ ଏକାଠି ମିଶି ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଜଙ୍ଗଲକୁ ଶନିବାର ସକାଳେ ଜାଳେଣିକାଠ ସଂଗ୍ରହ କରିବାକୁ ଯାଇଥିଲେ। ତେବେ କିଛି ସମୟ ପରେ ସମ୍ପର୍କୀୟା ବୋହୂ ତିନିଜଣ ପିଲାଙ୍କୁ ପାଣି ଆଣିବାକୁ ପଠାଇଥିଲେ। ପିଲାମାନେ ପାଣି ନେଇ ଫେରିବା ପରେ ଉଭୟଙ୍କୁ ଆଉ ଜଙ୍ଗଲରେ ଖୋଜି ନ ପାଇ ଘରକୁ ଫେରିଆସିଥିଲେ ଏବଂ ସମସ୍ତ କଥା ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଶନିବାରଠାରୁ ଖୋଜାଖୋଜି କରିବା ପରେ ରବିବାର ସକାଳେ ବଳିତା ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଠାବ କରିଥିଲେ। ଏ ନେଇ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ବୃଦ୍ଧାଙ୍କୁ ନୃଶଂସ ଭାବେ କେହି ହତ୍ୟାକରି ପୋଡ଼ି ଦେଇଥିବା ସନ୍ଦେହ କରାଯାଇଛି। ବୃଦ୍ଧାଙ୍କର ସମ୍ପର୍କୀୟା ବୋହୂ ନିଖୋଜ ରହିଥିବାରୁ ହତ୍ୟା ପଛରେ ତାଙ୍କର ହାତ ଥିବା ମୃତକଙ୍କ ପୁଅ ସାହେବ ମୁଣ୍ଡା ଅଭିଯୋଗ କରିଛନ୍ତି। ତେବେ ଏବେ ସୁଦ୍ଧା ସମ୍ପର୍କୀୟା ବୋହୂଙ୍କର କୋଣସି ଖୋଜଖବର ମିଳିପାରି ନ ଥିବା ବେଳେ ପୋଲିସ ସମସ୍ତ ପାରିପାଶର୍‌ବିକ
ଅବସ୍ଥାକୁ ଦୃଷ୍ଟିରେ ରଖି ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri