ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା: ସମ୍ପର୍କୀୟ ବୋହୂ କୋର୍ଟଚାଲାଣ; କଟୁରି, ଲୁଗା ଜବତ

ବଡ଼ବିଲ,୧୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ବଡ଼ବିଲ ପୋଲିସ। ଡାହାଣୀ ସନ୍ଦେହରେ ଶାଶୁ ବୁଦୁନିଙ୍କୁ ହତ୍ୟା ପରେ ପୋଡ଼ି ଦେଇଥିବା ଅଭିଯୋଗରେ ପୋଲିସ ବୁଦୁନିଙ୍କ ସମ୍ପର୍କୀୟ ବୋହୂ ସବିତା ମୁଣ୍ଡାଙ୍କୁ ବୁଧବାର ସକାଳେ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ପୋଲିସ ଅଭିଯୁକ୍ତ ସବିତାଙ୍କ ନିକଟରୁ ହତ୍ୟାରେ ବ୍ୟବହୃତ ଏକ ରକ୍ତ ରଞ୍ଜିତ କଟୁରି ଓ ଲୁଗା ଜବତ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ ରବିବାର ସକାଳେ ବଡ଼ବିଲ ଥାନା ବଳିତା ଜଙ୍ଗଲରୁ ୭୦ ବର୍ଷୀୟା ବୁଦୁନି ମୁଣ୍ଡାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଓ ଏହି ଘଟଣାରେ ସମ୍ପର୍କୀୟ ବୋହୂର ସଂପୃକ୍ତି ନେଇ ବୁଦୁନିଙ୍କ ପୁଅ ସାହେବ ମୁଣ୍ଡା ଅଭିଯୋଗ କରିଥିଲେ। ଏ ନେଇ ବଡ଼ବିଲ ପୋଲିସ କେସ୍‌ ନଂ ୭୫/୨୦ ଅନୁଯାୟୀ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ପୋଲିସର ତଦନ୍ତରେ ସହାୟତା କରିଥିଲାବେଳେ ଏହି ଘଟଣାର ପର୍ଦ୍ଦାଫାଶ କରିବାକୁ ସକ୍ଷମ ହୋଇଛି ପୋଲିସ। ଘଟଣା ପରଠାରୁ ସମ୍ପର୍କୀୟ ବୋହୂ ସବିତା ଫେରାର ଥିବାରୁ ତାଙ୍କ ଉପରେ ପୋଲିସର ସନ୍ଦେହ ଘନୀଭୂତ ହୋଇଥିଲା। ଜଙ୍ଗଲରେ ଲୁଚି ରହିଥିବା ସବିତାଙ୍କୁ ପୋଲିସ ବୁଧବାର ଦିନ ଗିରଫ କରି ପଚରା ଉଚରା କରିବାରୁ ଡାହାଣୀ ସନ୍ଦେହରେ ଶାଶୁ ବୁଦୁନିଙ୍କୁ ହତ୍ୟା ପରେ ପୋଡ଼ି ଦେଇଥିବା ସେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri