ଜଙ୍ଗଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ, ଘଟଣାସ୍ଥଳରେ ଉତ୍ତେଜନା

ପରଜଙ୍ଗ,୧୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଏକ ଗ୍ରାମର ବେରଣା ବଡକଟା ଜଙ୍ଗଲରୁ ରବିବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବୁଧେଇ ବେହେରା (୬୦)। ତେବେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ଶନିବାର ବୁଧେଇ ଛେଳି ଚରାଇବାକୁ ନେଇଥିଲେ। ଅପରାହ୍ନରେ ଛେଳି ପଲ ଘରକୁ ଫେରିଥିଲେ। ମାତ୍ର ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ରବିବାର ସକାଳେ ତାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ଦେଖିଥିଲେ। ପରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରୁଛନ୍ତି। ଘଟଣାସ୍ଥଳରେ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜର ସତ୍ୟ ନାରାୟଣ ସାହୁ, ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଫରେଷ୍ଟର ରାମଚନ୍ଦ୍ର ରାଉତ, ଥାନାଧିକାରୀ ବିଜୟ କୁମାର ହାଇବ୍ରୁ ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ କ୍ଷତିପୂରଣ ଦାବିରେ ଗ୍ରାମବାସୀ ମୃତଦେହ ଉଠାଇବାକୁ ଦେଉନାହାନ୍ତି। ନିୟମ ମୁତାବକ ପ୍ରଥମେ ୪୦ ହଜାର ଟଙ୍କା ମୃତାଙ୍କ ପରିବାରକୁ ଦେବାକୁ ଦାବି କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାରୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର କହିଛନ୍ତି॥ ଏହାକୁ ନେଇ ଉତ୍ତେଜନା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri