ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ

ଶଙ୍କରାଖୋଲ,୨୧ା୬(ଡି.ଏନ୍‌.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି ଘଟଣାରେ ଟିକାବାଲି ପୋଲିସ ଗୁରୁବାର ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜନକଙ୍କ ସାନଭାଇ ବେଲାଳସେନ ଓ ସାଙ୍ଗ ଚିନୁ ମଲ୍ଲିକ। ଚିନୁଙ୍କଠାରୁ ଚୋରା ଦେଶୀବନ୍ଧୁକ ଜବତ ହୋଇଥିବାବେଳେ ଏନେଇ ନଂ.୬୪/୧୯ରେ ଏକ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଥିବା ଆଇଆଇସି ଆଦିତ୍ୟ କୁମାର ସେଠୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ରଜ ଉପଲକ୍ଷେ ଶନିବାର ଅପରାହ୍ନରେ ଜନକ, ବେଲାଳସେନ ଓ ଚିନୁ ଶିକାର କରିବାକୁ ଭୂଲେଶ୍ୱରୀ ଜଙ୍ଗଲକୁ ଯାଇଥିଲେ। ତାଙ୍କ ପଛରେ ସେହି ଗ୍ରାମର ଅନ୍ୟ ୨ଜଣ କିଣା ମଲିକ ଓ ଆନନ୍ଦେଶ୍ୱର ମଲିକ କାଠ ଆଣିବାକୁ ଯାଇଥିଲେ। ସେହି ସମୟରେ ଚିନୁ ଚୋରା ଦେଶୀ ବନ୍ଧୁକ କାନ୍ଧରେ ଝୁଲାଇ ନେଉଥିବାବେଳେ ଅସାବଧାନତାବଶତଃ ଖସିପଡି ଗୁଳି ଫୁଟିଥିଲା। ଚିନୁ ଆଗରେ ଥିବା ଜନକଙ୍କ ବାମଗୋଡରେ ଗୁଳି ବାଜିଥିଲା। ତାଙ୍କୁ ସେଠାରୁ ଆଣି ଅଟୋଯୋଗେ ପ୍ରଥମେ ଟିକାବାଲି ମେଡିକାଲ ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଏନେଇ ଘଟଣାଦିନ ଜନକ କହିଥିଲେ, ଲଙ୍ଗଳ ପାଇଁ କାଠ ହାଣିବାକୁ ଜଙ୍ଗଲକୁ ଯାଇଥିଲୁ। କାଠ କାଟିଲା ବେଳେ ହଠାତ ପଛପଟୁ ଗୁଳି ଆସି ବାଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri