ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ ଜବତ କରିଛି। ଏଥିସହ ୧୬୮୦୦ ଲିଟର ପୋଚ ନଷ୍ଟ କରି ମଦ ରନ୍ଧା ସରଞ୍ଜାମ ଜବତ କରାଯାଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୮ ଟାରେ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ଦିଗପହଣ୍ଡି ବିଡ଼ିଓ ହଳଧର ଶବରଙ୍କ ଉପସ୍ଥିତିରେ ଦିଗପହଣ୍ଡି ଅବକାରୀ ବିଭାଗ, ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ, ପାଟପୁର ଓ କେ.ନୂଆ ଗାଁ ଥାନା ସମେତ ଗଜପତି ଜିଲା ମୋହନା ପୋଲିସ ମିଳିତ ଭାବେ ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଲଖାରି ଜଙ୍ଗଲର ବିଭିନ୍ନ ସ୍ଥାନରେ ଥିବା ଚୋରା ମଦ କାରଖାନା ଉପରେ ଅତର୍କିତ ଚଢାଉ କରିଥିଲେ। ଲଖାରୀ ଜଙ୍ଗଲ ସଂଲଗ୍ନ ରଙ୍ଗୀଆମ୍ବ, ତୁଳସୀ ନଗର, ଜୁଆଣୀପଲ୍ଲୀ, ଶ୍ୟାମସୁନ୍ଦରପୁରପଲ୍ଲୀ, ବଡପଦା ଆଦି ବିଭିନ୍ନ ଗାଁ ନିକଟରେ ଦେଶୀ ମଦ ପ୍ରସ୍ତୁତ କରି ବାହାର ଅଞ୍ଚଳମାନଙ୍କୁ ଚାଲାଣ କରାଯାଉଥିବା ନେଇ ଅବକାରୀ ଗୋଇନ୍ଦା ସୂଚନାକୁ ଭିତ୍ତିକରି ଏହି ଚଢାଉ କରାଯାଇଥିଲା। ଚଢାଉ ପୂର୍ବରୁ ମଦ ମାଫିଆ ଫେରାର ହୋଇଯାଇଥିଲେ। ନଂ-୫/୨୦-୨୧ରେ ମାମଲା ରୁଜୁ କରାଯାଇଛି। ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ନିରୀକ୍ଷକ ଧିରେନ କୁମାର ବେହେରା, ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଉପ ନିରୀକ୍ଷକ ଶ୍ରୀଧର ମହାନ୍ତି, କେ. ନୂଆଗାଁ ଥାନା ଅଧିକାରୀ ମାଧବାନନ୍ଦ ନାୟକ, ଦିଗପହଣ୍ଡି ଅବକାରୀ ଏସ୍‌.ଆଇ ଅଭିରାମ ସାହୁ ପ୍ରମୁଖ ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?