ଜଙ୍ଗଲରେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ ଲୁହୁରାମୁଣ୍ଡା ଗାଁର ଦେବାର ଜୁଏଡ (୬୧)। ହେଲେ ତାଙ୍କ ସହ ଜଙ୍ଗଲକୁ ଯାଇଥିବା ବଳଭଦ୍ର ମାଝି ନାମକ ଅନ୍ୟ ଜଣେ ବ୍ୟକ୍ତି ସାମାନ୍ୟ ଆହତ ହୋଇ ହାତୀ ମୁହଁରୁ ବର୍ତ୍ତିଯାଇଛନ୍ତି। ତାଙ୍କୁ ଗାଁ ଲୋକେ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏହି ଖବର ପାଇ ଘଟଣାସ୍ଥଳରେ ବନ କର୍ମଚାରୀ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ବଳଭଦ୍ରଙ୍କ ଗାଈପଲ କେଶାଇପାଲି ଛେଳିଆ ଜଙ୍ଗଲକୁ ଚରିବାକୁ ଯାଇଥିଲେ। ଘରକୁ ନ ଫେରିବାରୁ ଗାଈପଲକୁ ଖୋଜିବା ପାଇଁ ବଳଭଦ୍ର ସାଙ୍ଗରେ ଦେବାରଙ୍କୁ ନେଇ ଜଙ୍ଗଲକୁ ଯାଇଥିଲେ। ହେଲେ ଦୁଇ ଦନ୍ତା ହାତୀଙ୍କ ସହ ସେମାନେ ମୁହାଁମୁହିଁ ହୋଇଥିଲେ। ଗୋଟିଏ ଦନ୍ତା ଦେବାରଙ୍କୁ କଚାଡି ଦେଇଥିଲା। ଏହି ସମୟରେ ବଳଭଦ୍ର ସେଠାରୁ କୌଣସିମତେ ଦୌଡ଼ି ଗାଁ ଲୋକଙ୍କୁ ଜଣାଇଥିଲେ। ଏହାପରେ ଗଁାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ରେଞ୍ଜ ଅଫିସର ରାଜକିଶୋର ନାଏକ, ସାଲେଭଟା ପାଣ୍ଡି ଅଧିକାରୀ ଆର୍ତ୍ତତ୍ରାଣ ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାର ବର୍ଗକୁ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ସହାୟତା ଦିଆଯାଇଥିଲା। ଏହାସହ ରେଡକ୍ରସ୍‌ ଓ ଅନ୍ୟାନ୍ୟ ସରକାରୀ ସହାୟତା ଦିଆଯିବାକୁ ପ୍ରତିଶ୍ରୁତି ମିଳିବା ପରେ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଗାଁ ଲୋକେ ଛାଡିଥିଲେ। ବିଧାୟକ ମୁକେଶ ମହାଲିଙ୍ଗ ଗାଁରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ଶୀଘ୍ର ସମସ୍ତ ସରକାରୀ ସହାୟତା ଯୋଗାଇଦେବାକୁ ସେ ରେଞ୍ଜ ଅଫିସରଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ...

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି...

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri