ଜଙ୍ଗଲ କାଟି ସଫା କରିବା ସମୟରେ ଜେସିବ ଜବତ: ଜଣେ ଗିରଫ

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଚାଷଜମି କରିବା ଉଦ୍ଦେଶ୍ୟରେ ଏକ ଜେସିବି ଦ୍ୱାରା ଜଙ୍ଗଲ କାଟି ସଫା କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବନ ବିଭାଗ।
ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ଶୁକ୍ରବାର ରାତିରେ ପେଟ୍ରୋଲିଂ କରୁଥିବା ବେଳେ ଏକ ଜେସିବି,୩୦ଟି ବହ୍ଲା ଓ ଗୋଟିଏ ଟାଙ୍ଗିଆ ଜବତ କରିବା ସହ ଜଣକୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ଆମ୍ବପାଣି ଥାନା ଅଧୀନ ବୁମେରବାହାଲ ଗ୍ରାମର ଚୂଡ଼ାମଣି ରାଉତ। ଶନିବାର ସନ୍ଧ୍ୟାରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ଡାବୁଗାଁ ବନାଞ୍ଚଳ କାର୍ଯ୍ୟାଳୟ କେସ୍‌ ନଂ. ୨୨୬/୨୦ ରେ ଏକ ମାମଲା ରୁଜୁ କରାଯାଇଛି। ଜବତ ହୋଇଥିବା ବହ୍ଲାର ଆନୁମାନିକ ସରକାରୀ ମୂଲ୍ୟ ୨୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ ସୂଚନା ଦେଇଛନ୍ତି। ଏଥିରେ ମଇଦଲପୁର ବନପାଳ ଉମାକାନ୍ତ ପଟ୍ଟନାୟକ, ବନରକ୍ଷୀ ସୁବ୍ରତ ବବାଲି, ରାମାକାନ୍ତ ସାହୁ, ମଧୁସ୍ମିତା ତ୍ରିପାଠୀ, ଅନିତା ହିଆଲ ଓ ପାରା ଫରେଷ୍ଟ ଓ୍ବାଚର ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri