ଜଙ୍ଗଲ କାଟି ସଫା କରିବା ସମୟରେ ଜେସିବ ଜବତ: ଜଣେ ଗିରଫ

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଚାଷଜମି କରିବା ଉଦ୍ଦେଶ୍ୟରେ ଏକ ଜେସିବି ଦ୍ୱାରା ଜଙ୍ଗଲ କାଟି ସଫା କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବନ ବିଭାଗ।
ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ଶୁକ୍ରବାର ରାତିରେ ପେଟ୍ରୋଲିଂ କରୁଥିବା ବେଳେ ଏକ ଜେସିବି,୩୦ଟି ବହ୍ଲା ଓ ଗୋଟିଏ ଟାଙ୍ଗିଆ ଜବତ କରିବା ସହ ଜଣକୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ଆମ୍ବପାଣି ଥାନା ଅଧୀନ ବୁମେରବାହାଲ ଗ୍ରାମର ଚୂଡ଼ାମଣି ରାଉତ। ଶନିବାର ସନ୍ଧ୍ୟାରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ଡାବୁଗାଁ ବନାଞ୍ଚଳ କାର୍ଯ୍ୟାଳୟ କେସ୍‌ ନଂ. ୨୨୬/୨୦ ରେ ଏକ ମାମଲା ରୁଜୁ କରାଯାଇଛି। ଜବତ ହୋଇଥିବା ବହ୍ଲାର ଆନୁମାନିକ ସରକାରୀ ମୂଲ୍ୟ ୨୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ ସୂଚନା ଦେଇଛନ୍ତି। ଏଥିରେ ମଇଦଲପୁର ବନପାଳ ଉମାକାନ୍ତ ପଟ୍ଟନାୟକ, ବନରକ୍ଷୀ ସୁବ୍ରତ ବବାଲି, ରାମାକାନ୍ତ ସାହୁ, ମଧୁସ୍ମିତା ତ୍ରିପାଠୀ, ଅନିତା ହିଆଲ ଓ ପାରା ଫରେଷ୍ଟ ଓ୍ବାଚର ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri