ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି ପରିବାର ମାନଙ୍କର ସାମଗ୍ରୀକ ସ୍ବାର୍ଥ ରକ୍ଷା ହାସଲ କରିବା ଦିଗରେ ଦାୟିତ୍ୱରେ ଥିବା କର୍ମଚାରୀମାନେ ଯତ୍ନବାନ ହେବା ଲାଗି ଶନିବାର ମଧ୍ୟାହ୍ନରେ ଆସିକା ବ୍ଲକ ସଭା ଗୃହରେ ଅନୁଷ୍ଠିତ ଏକ କର୍ମଶାଳାରେ ପରାମର୍ଶ ଦିଆଯାଇଛି। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବିନାରାୟଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ଧରାକୋଟ, ସୋରଡା ଓ ଶେରଗଡ ବ୍ଲକର ବିଭାଗୀୟ କାର୍ଯ୍ୟକର୍ତ୍ତା ସାମିଲ୍‌ ହୋଇଥିଲେ। ଧରାକୋଟ ବ୍ଲକର ୭ ପଞ୍ଚାୟତର ୧୦୪୭ ପରିବାର, ସୋରଡା ବ୍ଲକର ୧୬ଟି ପଞ୍ଚାୟତରେ ୧୦୭୧ ପରିବାର ଓ ଶେରଗଡ ବ୍ଲକର ୪ଟି ପଞ୍ଚାୟତରେ ୮୯ ପରିବାର ରହିଥିବା ଆକଳନ କରାଯାଇଛି। ଏହି ପରିବାରର ଉପଭୋକ୍ତାମାନଙ୍କ ସାମାଜିକ ଓ ଅର୍ଥନୈତିକ ପ୍ରଗତି ନିମନ୍ତେ ଜଳ, ଜମି, ଜଙ୍ଗଲର ସଦୁପଯୋଗ ପୂର୍ବକ ଦୈନନ୍ଦିନ ଜୀବିକା ନିର୍ବାହରେ ଉନ୍ନତି ଆଣିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାତ୍ମାଗାନ୍ଧୀ ଜାତୀୟ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ସମ୍ପୃକ୍ତ ପରିବାରର ବ୍ୟକ୍ତିଗତ ସ୍ତରରେ ଉନ୍ନତି ନିମନ୍ତେ ଏହି ଯୋଜନା ଅନ୍ତର୍ଭୁକ୍ତ ଜଙ୍ଗଲ ଜମିର ସମତୁଲ, ଗଭୀର କୂପ, ଜିଆ ଖତ, ଗାଈ ଗୁହାଳ, ଛେଳି ଗୁହାଳ, କୁକୁଡା ଘର ଆଦି ପ୍ରକଳ୍ପ କାର୍ଯ୍ୟକାରୀ କରିବା ଲାଗି ବିଭାଗୀୟ କର୍ମଚାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ୩ଟି ବ୍ଲକର ସହକାରୀ ପ୍ରକଳ୍ପ ଅଧିକାରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜିଆର୍‌ଏସ୍‌ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri