ଜଟିଳ ହେଉଛି ଲିବ୍ୟା ସଙ୍କଟ

ତ୍ରିପୋଲି,୪ା୭: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ଲିବ୍ୟା ସଙ୍କଟ। ଉତ୍ତର ଆଫ୍ରିକାର ଏହି ଦେଶକୁ ସର୍ବାଧିକ ସମୟ ଶାସନ କରିଥିବା ଏକଚ୍ଛତ୍ରବାଦୀ ମୁଆମାର ଅଲ୍‌-ଗଦ୍ଦାଫିଙ୍କ ୨୦୧୧ରେ ପତନ ହେବା ପରଠୁ ସେଠାରେ ହିଂସା ଓ ବିଭାଜନ ଲାଗିରହିଛି। ସରକାରଙ୍କ ଦ୍ୱାରା ପରିଚାଳିତ ଡିଟେନ୍‌ଶନ ସେଣ୍ଟରଗୁଡ଼ିକରେ ହଜାର ହଜାର ସଂଖ୍ୟାରେ ଶରଣାର୍ଥୀ ଆଶ୍ରୟ ନେଇଛନ୍ତି। ସେପଟେ କ୍ଷମତା ଅକ୍ତିଆର ପାଇଁ ମାର୍ଶାଲ ଖଲିଫା ହଫ୍‌ତାରଙ୍କ ମହତ୍ତ୍ୱାକାଂକ୍ଷା ଦେଶରେ ଅସ୍ଥିରତା ସୃଷ୍ଟିର କାରଣ ସାଜିଛି।ଏପ୍ରିଲ ୧୪ରେ ହଫ୍‌ତାର ନିଜକୁ ଲିବ୍ୟାର ସୁପ୍ରିମ ଲିଡର ଘୋଷଣା କରିଥିଲେ। ସମ୍ପ୍ରତି ଚାଲିଥିବା ଶାନ୍ତି ଯୋଜନାକୁ ପଣ୍ଡ କରିବା ଉଦ୍ଦେଶ୍ୟରେ ଅନ୍ତର୍ଜାତୀୟ ସମୁଦାୟକୁ ଏକ ସନ୍ଦେଶ ଦେବା ପାଇଁ ସେ ତ୍ରିପୋଲିକୁ ଦଖଲ କରିନେଇଥିଲେ। ସେବେଠୁ ସେଠାରେ ବିଶେଷକରି ଦକ୍ଷିଣ ତ୍ରିପୋଲିର ଗ୍ରାମାଞ୍ଚଳରେ କ୍ରମାଗତ ଭାବେ ସଂଘର୍ଷ ଲାଗିରହିଛି। ଏଥିରେ ୬୦୦ ଲୋକଙ୍କ ପ୍ରାଣହାନି ଘଟିଥିବାବେଳେ ୫,୦୦୦ରୁ ଊର୍ଦ୍ଧ୍ୱ ଆହତ ହେଲେଣି। ଏହାସହ ୩୦ ହଜାରରୁ ଅଧିକ ପରିବାର ବିସ୍ଥାପିତ ହୋଇ ଘର ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ୨୦୧୫ରୁ ସେଠାରେ ଦୁଇଟି ପ୍ରତିଦ୍ୱନ୍ଦ୍ୱୀ ସରକାର ଚାଲିଛି। ଗୋଟିଏ ଜାତିସଂଘ ଦ୍ୱାରା ସମର୍ଥତ୍ତ ସରକାର ତ୍ରିପୋଲିରେ ଚାଲିଛି, ଯାହା ଅଧୀନରେ ରାଜଧାନୀ ଓ ପଶ୍ଚିମର କେତେକ ଛୋଟ ସହର ରହିଛି। ଅନ୍ୟ ସରକାର ହଫ୍‌ତାରଙ୍କ ନେତୃତ୍ୱରେ ଚାଲିଛି, ଯାହା ଦଖଲରେ ଅବଶିଷ୍ଟ ବିସ୍ତୃତ ଭୂଖଣ୍ଡ ରହିଛି। ତନ୍ମଧ୍ୟରୁ ଅଧିକାଂଶ ଅଞ୍ଚଳରେ ତୈଳଭଣ୍ଡାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri