ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା

ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ କରି ଆଶା, ଅଙ୍ଗନୱାଡ଼ି କର୍ମୀ, ଗାଁ କଲ୍ୟାଣ ସମିତି, ଏଏନଏମ୍‌ ମାନଙ୍କୁ ସଚେତନତା କାର୍ଯ୍ୟରେ ସାମିଲ କରିବାକୁ ପରାମର୍ଶ ଦେଇଥିଲେ। ଜିଲା ମ୍ୟାଲେରିଆ ଅଧିକାରୀ ଡା. କଳ୍ପନା ଦଳେଇ ଏବଂ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ପ୍ରଶାନ୍ତ କୁମାର ତ୍ରିପାଠୀ ମ୍ୟାଲେରିଆର କାରଣ, ଭୟାବହତା, ନିରାକରଣ ସମ୍ପର୍କରେ କହିଥିଲେ। ଚଳିତବର୍ଷର ବାର୍ତ୍ତା ‘ମ୍ୟାଲେରିଆ ମୁକ୍ତ ଅଭିଯାନ ମୋ ଠାରୁ ଆରମ୍ଭ ହେଉ’ ଉପରେ ମଧ୍ୟ ଆଲୋଚନା କରିଥିଲେ। ଭେକ୍ଟରବାହିତ ରୋଗ ପରାମର୍ଶଦାତା କୁମୁଦ ଚନ୍ଦ୍ର ସାହୁ ପାୱାର ପଏଣ୍ଟ ମାଧ୍ୟମରେ ମ୍ୟାଲେରିଆ ନିରାକରଣ ପାଇଁ ବିଭିନ୍ନ କାର୍ଯ୍ୟ, ବାର୍ତ୍ତା, ସଂକ୍ରମଣ ସମ୍ବନ୍ଧୀୟ ତଥ୍ୟ, ଚିହ୍ନଟ ଓ ସମ୍ପୂର୍ଣ୍ଣ ଚିକିତ୍ସା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଜଣଙ୍କୁ ମ୍ୟାଲେରିଆ ହେଲେ ୧୦ ଜଣଙ୍କୁ ସଂକ୍ର୍ରମିତ ହେବା ଆଶଙ୍କା ରହିଛି। ଏଣୁ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ଓ ସମ୍ପୂର୍ଣ୍ଣ ଚିକିତ୍ସାର ଆବଶ୍ୟକତା ରହିଛି। ୨୦୧୮ରେ ୨ ଲକ୍ଷ ୪୧ ହଜାର ୯୯୬ ଜଣଙ୍କ ମ୍ୟାଲେରିଆ ପରୀକ୍ଷା କରାଯାଇଥିବା ବେଳେ ୪ ହଜାର ୬୯୮ ଜଣଙ୍କୁ ମ୍ୟାଲେରିଆ ସଂକ୍ରମିତ ହୋଇଛନ୍ତି। ୨୦୧୭ରେ ୩୫ ହଜାର ୬୫୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ମାତ୍ର ୩ ଜଣ ମୃତ୍ୟୁବରଣ କରିଥିବା ବେଳେ ୨୦୧୮ରେ ଜଣଙ୍କର ବି ମୃତ୍ୟୁ ଘଟିନାହିଁ। ୨୦୧୯ ମାର୍ଚ୍ଚ ସୁଦ୍ଧା ୫୧ ହଜାର ୨୮୧ ଜଣଙ୍କ ମ୍ୟାଲେରିଆ ପରୀକ୍ଷା କରାଯାଇଥିବା ବେଳେ ୩୭୫ ଜଣଙ୍କ ମ୍ୟାଲେରିଆ ପଜେଟିଭ୍‌ ଥିବା ଜଣାପଡ଼ିଛି। ଏହି ଉପଲକ୍ଷେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri