ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର ପ୍ରମୁଖ ୫ ଛକରେ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମଏସ) କାର୍ଯ୍ୟକାରୀ ହୋଇଛି। ଭୁଲରାସ୍ତା(ରଙ୍ଗସାଇଡ)ରେ ଗଲେ, ବାଇକ୍ରେ ୩ ଜଣ ବସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟ୍ରାଫିକ ଡିଏସପି ସାର୍ଥକ ରାଏ କହିଛନ୍ତି ା ବୁଧବାର ଟ୍ରାଫିକ ଡିଏସପି ରାଏ ଓ ବିଏମସି ଏନଫୋର୍ସମେଣ୍ଟ ଅଫିସର ତରୁଣକାନ୍ତ ସହରର ଜନଗହଳିପୂର୍ଣ୍ଣ ବିଭିନ୍ନ ଛକ ପରିଦର୍ଶନ କରି ଟ୍ରାଫିକ ସମସ୍ୟା ଅନୁଧ୍ୟାନ କରିଥିଲେ ା ବ୍ରହ୍ମପୁର ଗେଟବଜାର, ସାନବଜାର, ଆସ୍କାରୋଡ, ବାଲୁଙ୍କେଶ୍ୱର ମନ୍ଦିର, ସିଟି ହସପିଟାଲ ରୋଡ, ପୁରୁଣା ବ୍ରହ୍ମପୁର, ହନୁମାନ ବଜାର ଆଦି ଛକ ଉଭାୟ ପରିଦର୍ଶନ କରିଥିଲେ ା ଏଣିକି ଚିହ୍ନଟ ଲାଇନ ବାହାରେ ଗାଡି ପାର୍କିଂ କଲେ ଜରିମାନା ଆଦାୟ କରାଯିବା। ଗେଟବଜାର, ଗିରିମାର୍କେଟ ଛକ, ସାନବଜାର ଆଦିରେ ରାସ୍ତା ପାର୍ଶ୍ୱରେ ବସୁଥିବା ଉଠାଦୋକାନୀଙ୍କୁ ବିଏମସି ପକ୍ଷରୁ ନିର୍ମିତ ଓପନ ଭେଣ୍ଡିଂ ଜୋନଗୁଡିକୁ ସ୍ଥାନାନ୍ତର କରିବା ଉପରେ ମଧ୍ୟ ଖୁବଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଡିଏସପି ସୂଚନା ଦେଇଛନ୍ତି ା ରୁକ୍ମିଣୀଛକରୁ ମୟୁରୀଟାୱାର ରାସ୍ତାରେ ଓଡିଆରପି ଡ୍ରେନେଜ, ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବାରୁ ଗୁରୁବାରଠାରୁ ଏହି ରାସ୍ତାକୁ ୱାନ ୱେ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି ା ଏଥିସହ ଛକ ଅନୁସାରେ ଆଇଟିଏମଏସ ଟ୍ରାଫିକ ସିଗନାଲ ଟାଇମରେ ପରିବର୍ତ୍ତନ କରିବା ନେଇ ମଧ୍ୟ ନିଗମ କମିଶନର ଚକ୍ରୱର୍ତୀ ସିଂ ରାଠୋରଙ୍କ ସହ ଡିଏସପି ଆଲୋଚନା କରିଥିବା କହିଛନ୍ତି ା ତେବେ ଚଳିତମାସଠାରୁ କେବଳ ଇନ୍ସୁରାନ୍ସ, ପଲ୍ୟୁସନ ସାର୍ଟିିିଫିକେଟ ଯାଞ୍ଚକୁ ବାଦ ଦେଇ ହେଲମେଟ ପିନ୍ଧୁ ନ ଥିବା, ଟ୍ରିପଲ ରାଇଡିଂ ଓ ରଙ୍ଗସାଇଡ ରାଇଡିଂ କରୁଥିବା ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଏସପି କହିଛନ୍ତି ା
ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍ପି : ଭୁଲ ରାସ୍ତାରେ ଗଲେ, ବାଇକ୍ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
Archives

