ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ ଉପକୃତ ହେବେ। ଶୁକ୍ରବାର ବ୍ରହ୍ମପୁରରେ ସିସିଏ ସମ୍ପର୍କରେ ଜନଜାଗରଣ ଲାଗି ଆୟୋଜିତ ପଦଯାତ୍ରା ଓ ସଭାରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ଏହା ସ୍ପଷ୍ଟ କରିଛନ୍ତି।
ସିସିଏକୁ ନେଇ ଗଞ୍ଜାମ ଜିଲାସ୍ତରୀୟ ଭାଜପାର ଜନଜାଗରଣ ପଦଯାତ୍ରା ଶୁକ୍ରବାର ମଧ୍ୟାହ୍ନରେ କମାପଲ୍ଲୀ ଛକରୁ ଆରମ୍ଭ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ସାମିଲ ହୋଇ ସିଏଏକୁ ସମର୍ଥନ କରିବାକୁ ଜନସାଧାରଣଙ୍କୁ ସଚେତନ କରିଥିଲେ। ପଦଯାତ୍ରା ଟାଟାବେଞ୍ଜ ଛକ, ସୁବାରାଓ ଛକ, କଲେଜ ରୋଡ, ପୁରୁଣା ବସଷ୍ଟାଣ୍ଡ, ଅର୍ବାନ ବ୍ୟାଙ୍କ ରୋଡ, ଏସଏନଟି ରୋଡ, ଗିରି ମାର୍କେଟ, ହନୁମାନ ବଜାର ଛକ, ସିଟି ହାଇସ୍କୁଲ ରୋଡ ଦେଇ ଗାନ୍ଧୀ ପାର୍କ ରୋଡରେ ପହଞ୍ଚତ୍ଥିଲା। ଏଥିରେ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଥିବା ଦଳୀୟ ନେତା, କର୍ମୀ ଏବଂ ହଜାର ହଜାର ସମର୍ଥକ ସାମିଲ ହୋଇଥିଲେ।
ପରେ ରାମଲିଙ୍ଗମ ବନ୍ଧ ରୋଡରେ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ଓ ପୂର୍ବତନ ଏମ୍‌ପି ପଣ୍ଡା ଯୋଗଦେଇ ବକ୍ତବ୍ୟ ରଖିଥିଲେ। ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ନାଗରିକତ୍ୱ ଆଇନର ସଂଶୋଧନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏହା ହେଉଛି ଏକ ଐତିହାସିକ ପଦକ୍ଷେପ । କେତେକ ଦେଶରେ ଧର୍ମ ନାମରେ ନିର୍ଯାତିତ ସଂଖ୍ୟାଲଘୁ ସିଏଏ ଦ୍ୱାରା ସୁଫଳ ପାଇବାର ବାଟ ଫିଟିଛି। କଂଗ୍ରେସ ଓ ବାମପନ୍ଥୀ ଦଳଗୁଡ଼ିକ ଅସହିଷ୍ଣୁ ହୋଇ ବିଭିନ୍ନ ଭାବରେ ଏହାକୁ ବିରୋଧ କରିବା ସହ ଅପପ୍ରଚାର କରି ଜନସାଧାରଣଙ୍କୁ ବିଭ୍ରାନ୍ତ କରୁଛନ୍ତି ବୋଲି ଉଭୟେ କହିଥିଲେ। କାର୍ଯ୍ୟକ୍ରମରେ ଗତ ସାଧାରଣ ନିର୍ବାଚନରେ ଆସିକା ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ଦଳୀୟ ପ୍ରାର୍ଥୀ ଅନିତା ଶୁଭଦର୍ଶନୀ ଓ ଭୃଗୁ ବକ୍ସିପାତ୍ର ଏବଂ ସମସ୍ତ ବିଧାୟକ ପ୍ରାର୍ଥୀ ଯୋଗ ଦେଇଥିଲେ। ଗଞ୍ଜାମ ଭାଜପାର ପୂର୍ବତନ ସଭାପତି କାହ୍ନୁ ଚରଣ ପତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?