ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପରେ ଢିପ ଜମି ଥିବା ଜନଜାତି ବହୁଳ ୧୨ ଜିଲାର ୪୦ ବ୍ଲକ୍‌ରେ କ୍ଲଷ୍ଟର ପ୍ରତିଷ୍ଠା କରାଯିବ। ଏଥିପାଇଁ ୪ ବର୍ଷରେ ମୋଟ ୪୦୧.୬ କୋଟି ଟଙ୍କା ବ୍ୟୟ କରାଯିବ। ଏହି ପ୍ରକଳ୍ପରେ ଫଳ ଓ ପନିପରିବା ଚାଷ କରିଥିବା କୃଷକଙ୍କୁ ଆନୁଷଙ୍ଗିକ ବଜାର ସୁବିଧା ଯୋଗାଇ ଦିଆଯିବ। ପ୍ରକଳ୍ପର ସଫଳ ରୂପାୟନ ନିମନ୍ତେ ଉତ୍ପାଦିତ କୃଷି ଦ୍ରବ୍ୟକୁ ମୂଲ୍ୟଯୁକ୍ତ ଓ ପ୍ରାମାଣିକୀକରଣ କରାଯିବ। ଏହାଦ୍ୱାରା କୃଷକଙ୍କ ଆୟ ବହୁଗୁଣିତ ହୋଇପାରିବ ବୋଲି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ ପକ୍ଷରୁ ସୋମବାର କୃଷି ଭବନଠାରେ ଆୟୋଜିତ ‘ଚାଷର ସମୃଦ୍ଧି ନିମନ୍ତେ ବଜାର ବ୍ୟବସ୍ଥାର ସୁଦୃଢ଼ୀକରଣ’ ଶୀର୍ଷକ କର୍ମଶାଳାରେ ମନ୍ତ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି।
ଏହି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୬୫୦ ଉତ୍ପାଦକ ଗୋଷ୍ଠୀ ଓ ୩୦ ଉତ୍ପାଦକ କମ୍ପାନୀ ଗଠନ କରାଯିବ। ଏହି ଉତ୍ପାଦକ ଗୋଷ୍ଠୀଗୁଡ଼ିକ ସମନ୍ବିତ ଓ ମିଳିତ ଭାବେ ଉଦ୍ୟାନ କୃଷିଭିତ୍ତିକ ଉତ୍ପାଦନ କରିବେ। ସେହିପରି ୭୫୦ଜଣ ବଜାର ସଂଯୋଜକ କୃଷି ଉଦ୍ୟୋଗୀଙ୍କ ଦକ୍ଷତା ବୃଦ୍ଧି କରାଯିବ। ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଏହି ଯୋଜନା ଅନ୍ତର୍ଗତ ସ୍ଥାୟୀ ଭାବରେ ୪୦ପ୍ରତିଶତ ଜମିରେ ବିନା କୀଟନାଶକ ଫସଲ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି। ଚାଷୀଙ୍କ ଜୀବିକା ବୃଦ୍ଧି ନିମନ୍ତେ କ୍ଲଷ୍ଟରଗୁଡ଼ିକରେ ୪୦ ହଜାର ପରିବାରଙ୍କୁ ଆନୁଷଙ୍ଗିକ କୃଷି ଯଥା ଛେଳି, ମେଣ୍ଢା ଓ କୁକୁଡ଼ା ଆଦି ପାଳନ ପାଇଁ ସହାୟତା ପ୍ରଦାନ କରାଯିବ। ଜୀବିକା ବୃଦ୍ଧି ନିମନ୍ତେ ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯିବ। ଏଥିପାଇଁ ୧୬ ହଜାର ଏକର ଜମିରେ ଜଳସେଚନ, ୮ ହଜାର ଏକର ଜମିରେ ଫଳ ଚାଷ, ୭୦ ହଜାର ଚାଷୀଙ୍କୁ କୃଷି ଯନ୍ତ୍ରପାତି ସୁବିଧା ଯୋଗାଇ ଦିଆଯିବ ବୋଲି କର୍ମଶାଳାରେ ମତପ୍ରକାଶ ପାଇଛି।
କର୍ମଶାଳାରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଡ. ବିଜୟ କେତନ ଉପାଧ୍ୟାୟ, ଓର୍‌ମାସ୍‌ର ଯୁଗ୍ମ ସିଇଓ ସୁଜୟ କର, ଭାରତ ରୁରାଲ ଲାଇଭଲିହୁଡ଼୍‌ ଫାଉଣ୍ଡେଶନ ମୁଖ୍ୟ କାର୍ଯ୍ୟନିର୍ବାହୀ ପ୍ରମଥେସ୍‌ ଅମ୍ବାସ୍ତା ଓ ‘ପ୍ରଦାନ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଧୀର ସାହାନୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri