Posted inଖେଳ

ଜନତଙ୍କୁ ୫ ଉଇକେଟ: ଦ୍ୱିତୀୟ ଟି୨୦ରେ ଆଫ୍‌ଗାନିସ୍ତାନ ବିଜୟୀ

ଲକ୍ଷ୍ନୌ,୧୭।୧୧(ପି.ଟି.)- ୨୧ ବର୍ଷୀୟ ମିଡିୟମ ପେସର କରିମ ଜନତଙ୍କ ଦମ୍‌ଦାର ପ୍ରଦର୍ଶନ (୫/୧୧) ସହାୟତାରେ ଆଫଗାନିସ୍ତାନ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪୧ ରନରେ ପରାସ୍ତ କରିଛି। ଶନିବାର ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୧୪୭ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ହଜରାତୁଲ୍ଲା ଜଜାଇ ୨୬, କରିମ ଜନତ ୨୬, ଗୁଲବଦିନ ନାଇବ ୨୪, ନାଜିବୁଲ୍ଲା ଜଡ୍ରାନ ଅପରାଜିତ ୨୦ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ କେସରିକ ଓ୍ବିଲିୟମ୍ସ ୩, ଜାସନ ହୋଲ୍ଡର ଓ କିମୋ ପଲ୍‌ ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ୍‌ ୮ ଉଇକେଟ ହରାଇ ୧୦୬ ରନରେ ସୀମିତ ରହି ମ୍ୟାଚ୍‌ ହାତଛଡ଼ା କରିଥିଲା। ଏଥି ସହିତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଏବେ ୧-୧ ସମାନସ୍ତରରେ ପହଞ୍ଚିଛି। ମାତ୍ର ୧୧ ରନ ଦେଇ ମୂଲ୍ୟବାନ ୫ ଉଇକେଟ ଅକ୍ତିଆର କରିଥିବା ଜନତ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
ପଛରେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ତରଫରୁ ଉଇକେଟକିପର ଦୀନେଶ ରାମଦିନ ଅପରାଜିତ ୨୪ ରନ କରିଥିବା ବେଳେ ବାକି ସବୁ ବ୍ୟାଟ୍ସମ୍ୟାନ ବିଫଳ ହୋଇଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ଜନତ ସର୍ବାଧିକ ୫, ନବୀନ-ଉଲ- ହକ, ରସିଦ ଖାଁ ଓ ଗୁଲବଦିନ ନାଇବ ଗୋଟିଏ ଲେଖାଏ ଉଇକେଟ ପାଇଥିଲେ। ପୂର୍ବରୁ ଅନୁଷ୍ଠିତ ପ୍ରଥମ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ୩୦ ରନରେ ବିଜୟୀ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୨୦ ଓଭରରେ ୧୪୭/୭
(ଜଜାଇ- ୨୬, ଜନତ- ୨୬, ନାଇବ- ୨୪, ଜଡ୍ରାନ- ୨୦, ଓ୍ବିଲିୟମ୍ସ- ୩/ ୨୩, ହୋଲ୍ଡର- ୨/୨୩, ପଲ- ୨/୨୮)।
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୦୬/୮
(ରାମଦୀନ- ୨୪*, ଜନତ- ୫/୧୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri