‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ ରାଷ୍ଟ୍ରୀୟ ଏବଂ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏହି ମହାମାରୀର ମୁକାବିଲା କରିବାକୁ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାର ନିରାକରଣ କରିବାକୁ ହେଲେ ସମସ୍ତଙ୍କୁ ସଂଯମ ଓ ସଂକଳ୍ପର ଆବଶ୍ୟକତା ରହିଛି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସକାଳ ୭ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ପାଳନ କରାଯିବ। ପ୍ରତି ନାଗରିକ ନିଜ ଘର ଭିତରେ ରହିବା ଦରକାର। ‘ଜନତା କର୍ଫ୍ୟୁ’ ପାଳନ କରି କରୋନା କବଳରୁ ଦେଶ ଏବଂ ରାଜ୍ୟକୁ ସୁରକ୍ଷିତ ରଖିବାକୁ ସେ ଅନୁରୋଧ କରିଛନ୍ତି। କେବଳ ଜରୁରୀ ସେବାରେ ନିୟୋଜିତ ଥିବା ଲୋକଙ୍କୁ ଅପରାହ୍ନ ୫ଟାରେ ନିଜନିଜ ଘର ଦୁଆରେ କିମ୍ବା ବାଲ୍‌କୋନିରେ ଛିଡ଼ା ହୋଇ ୫ ମିନିଟ ପର୍ଯ୍ୟନ୍ତ ତାଳି ମାରି କିମ୍ବା ଘଣ୍ଟି ବଜାଇ ଧନ୍ୟବାଦ ଓ କୃତଜ୍ଞତା ଜଣାଇବା। ‘ସାମାଜିକ ଦୂରତା’ ନିୟମ ପାଳନ କରିବା ଜରୁରୀ, ଅଯଥା ଯାତ୍ରା ନ କରିବା ଦରକାର। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିମାନେ ଆଗାମୀ କିଛି ସପ୍ତାହ ଘରୁ ନ ବାହାରିବା, ସ୍ବାସ୍ଥ୍ୟ ପରୀକ୍ଷାର ଆବଶ୍ୟକ ନ ଥିଲେ ମେଡିକାଲଠାରୁ ଦୂରରେ ରହିବା, ଅତି ଆବଶ୍ୟକ ନ ପଡିଲେ ଅସ୍ତ୍ରୋପଚାର ନ କରିବା ଦରକାର। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡଲାନ ଅନୁଯାୟୀ ପ୍ରସ୍ତୁତ ହୋଇଥିବା ଲିଫଲେଟ ଓ ବ୍ୟାନର ମାଧ୍ୟମରେ କରୋନା ସମ୍ପର୍କିତ ସଚେତନତା ବାର୍ତ୍ତା ସାମାଜିକ ଗଣମାଧ୍ୟମ ଦ୍ୱାରା ପହଞ୍ଚାଇବାକୁ ଭାଜପା ରାଜ୍ୟ ଶାଖା ତରଫରୁ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସମୀର ସୂଚନା ଦେଇଛନ୍ତି। ଭୟାବହ ଓ ମାରାତ୍ମକ କରୋନାକୁ ପ୍ରତିହତ କରିବା ପାଇଁ ରାଜ୍ୟବାସୀଙ୍କୁ ସମୀର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri