ଜନତା କର୍ଫ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ: କହିଲେ ‘କୋଭିଡ-୧୯ ସମଗ୍ର ମାନବଜାତି ପାଇଁ ଆହ୍ବାନ, ରବିବାର ସମସ୍ତେ ଘରେ ରୁହନ୍ତୁ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ମହାମାରୀ କରୋନା ଭୂତାଣୁକୁ ନେଇ ସୃଷ୍ଟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ବାର୍ତ୍ତା ଦେଇଛନ୍ତି। ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ କରିଛନ୍ତି।

ଅସାଧାରଣ ପରିସ୍ଥିତି ପାଇଁ ଅସାଧାରଣ ମୁକାବିଲାର ଆବଶ୍ୟକତା ରହିଛି। କୋଭିଡ-୧୯ ସମଗ୍ର ମାନବଜାତି ଲାଗି ଏକ ଆହ୍ବାନ। ଏହି ପରିପ୍ରେକ୍ଷୀରେ ସଚେତନତା ସୃଷ୍ଟି ପାଇଁ ରବିବାର ସମସ୍ତେ ଘରେ ରୁହନ୍ତୁ। ଏଥିରେ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ସୂଚନାଯୋଗ୍ୟ, ବିକଶିତ ରାଷ୍ଟ୍ର ଉପରେ କରୋନା ପ୍ରଭାବ ପଡ଼ୁଥିବାବେଳେ ଭାରତରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ଭାବିବା ଠିକ୍‌ ନୁହେଁ। ଏହାର ମୁକାବିଲା ପାଇଁ ପ୍ରସ୍ତୁତ ହେବା ଆବଶ୍ୟକ। ଆଗାମୀ କିଛି ସପ୍ତାହ ପର୍ଯ୍ୟନ୍ତ ଅତି ଜରୁରୀ ନ ଥିଲେ ବାହାରକୁ ନ ଆସିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ବିଶେଷକରି ଜନତା କର୍ଫ୍ୟୁ ଅର୍ଥ ଜନସାଧାରଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିଜ ଉପରେ ଲଗାଯାଇଥିବା କର୍ଫ୍ୟୁ। ଏଣୁ ଆସନ୍ତା ରବିବାର ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଲୋକେ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri