‘ଜନତା କର୍ଫ୍ୟୁ’ରେ କମିଶନରେଟ ପୋଲିସର ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା: ଜରୁରିକାଳୀନ କାମ ପାଇଁ ନେଇପାରିବେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଓ ସମସ୍ତଙ୍କୁ ଏହି ଭୂତାଣୁ ସମ୍ପର୍କରେ ସଚେତନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ପାଳନ କରାଯାଉଛି। ଏହି ସମୟରେ ଜରୁରିକାଳୀନ କାର୍ଯ୍ୟ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା କରାଯାଇଛି। ଟୋଲ୍‌ ଫ୍ରି ନଂ. ୧୦୦କୁ କଲ୍‌ କରି ପୋଲିସଠାରୁ ଏହି ପାସ୍‌ ନେଇହେବ। ନଚେତ୍‌ ରାସ୍ତାରେ ଥିବା ପୋଲିସ ଅଧିକାରୀ(ଇନ୍ସପେକ୍ଟର କିମ୍ବା ଏସିପି) ବି ଏହି ପାସ୍‌ ଦେଇପାରିବେ ବୋଲି ଭୁବନେଶ୍ୱର ଡିସିପି ଅନୁପ ଦାସ ସୂଚନା ଦେଇଛନ୍ତି। ତେବେ କର୍ଫ୍ୟୁକୁ ଦୃଷ୍ଟିରେ ରଖି ରାଜଧାନୀରେ ୪୦ ପ୍ଲାଟୁନ୍‌ ପୋଲିସ ଓ ୧୦୦ ଅଫିସର ମୁତୟନ ହୋଇଛନ୍ତି ବୋଲି ସେ ମଧ୍ୟ କହିଛନ୍ତି। ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା ରବିବାର ପ୍ରାରମ୍ଭିକ ଭାବେ ଆରମ୍ଭ କରାଯାଇଥିବା ବେଳେ ଆବଶ୍ୟକସ୍ଥଳେ ଏହା ଆସନ୍ତା ୭ ଦିନ ଲାଗୁ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?