ଜନତା କର୍ଫ୍ୟୁ: ଜରୁରିକାଳୀନ ସେବାକୁ ଛାଡ଼ି ସବୁ ବନ୍ଦ

ସରଣ୍ଡା,୨୨ା୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱ କରୋନା ସହ ସଂଘର୍ଷ କରୁଥିବାବେଳେ ଏହି ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁକୁ ସରଣ୍ଡାରେ ବିପୁଳ ଜନ ସମର୍ଥନ ଦେଖିବାକୁ ମିଳିଛି। ବରଗଡ଼ ଜିଲା ଅତାବିରା ବ୍ଲକରେ ସହରାଞ୍ଚଳଠାରୁ ଗ୍ରାମାଞ୍ଚଳ ଯାଏଁ ସବୁଠି ଜନ ସଚେତନତା ଅନୁଭୂତ ହୋଇଛି। ସକାଳ ୭ଟାରୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାସ୍ତାଘାଟ ଶୂନ୍‌ଶାନ ହୋଇପଡ଼ିଛି। ଉଭୟ ସରକାରୀ, ବେସରକାରୀ ବସ୍‌ ଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆମ୍ବୁଲାନ୍ସ ଓ କେତେକ ଜରୁରିକାଳୀନ ଗାଡ଼ିକୁ ଛାଡି ଅନ୍ୟ ସବୁ ବନ୍ଦ ରହିଛି। ତେବେ ମାଂସ, ମାଛ ଦୋକାନ ଉପରେ ବନ୍ଦ କଟକଣା ନ ଥିବାରୁ ସେଗୁଡିକ ଖୋଲା ରହିଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପରିବା ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କରୋନା ସଂକ୍ରମଣରୁ ନିଜକୁ ଓ ଦେଶକୁ ରକ୍ଷା କରିବା ଲକ୍ଷ୍ୟରେ ଲୋକେ ସଚେତନ ହୋଇ ଘରେ ରହିଛନ୍ତି। ଏନେଇ ଲୋକଙ୍କୁ ସଚେତନ କରିବାକୁ ୨୪ ଘଣ୍ଟିଆ କାର୍ଯ୍ୟ ଜାରି ରଖି ତନଖି କରାଯାଉଥିବା ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ ପ୍ରକାଶ କରିଛନ୍ତି। ସେହିପରି ଅତାବିରା ଡାକ୍ତରଖାନାର ମୁଖ୍ୟ ଡାକ୍ତର ରବି ମିଶ୍ର କହିଛନ୍ତି, କାହାକୁ ଥଣ୍ଡା କାଶ ହେଲେ ମୋତେ ଫୋନ କରନ୍ତୁ। ଔଷଧ ନେଇ ଘରେ ପହଞ୍ଚାଇବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri