Posted inଜାତୀୟ

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି କହିଲେ ଚଳେ। ଭାରତରେ କରୋନାର ପ୍ରଭାବକୁ ଦେଖି ବିଭିନ୍ନ ପ୍ରକାର ସତର୍କତା ଅବଲମ୍ବନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ ତାରିଖ ଅର୍ଥାତ୍‌ ରବିବାରକୁ ‘ଜନତା କର୍ଫ୍ୟୁ’ ଘୋଷଣା କରିଛନ୍ତି। ଏହି ସମୟରେ ଲୋକେ ନିଜ ଇଚ୍ଛାରେ ଘରେ ରହିବାକୁ ଅନୁରୋଧ କରାଯାଇଛି। ଜରୁରୀ ନ ଥିଲେ କେହି ଘରୁ ବାହାରକୁ ଆସନ୍ତୁ ନାହିଁ ବୋଲି କୁହାଯାଇଛି। ଏହାକୁ ଦେଖି ରେଲଓ୍ବେ ପକ୍ଷରୁ ପ୍ରାୟ ୩ ହଜାର ୭ ଶହ ଟ୍ରେନ୍‌ ଚଳାଚଳକୁ ବାତିଲ କରାଯାଇଥିବା ଜଣାପଡିଛି। ସମସ୍ତ ପାସେଞ୍ଜର ଓ ଏକ୍ସପ୍ରେସ୍‌ ଟ୍ରେନକୁ ବାତିଲ କରାଯାଇଛି। ସେପଟେ ପୂର୍ବରୁ ଛାଡି ସାରିଥିବା ଟ୍ରେନକୁ ତା’ର ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାକୁ ଅନୁମତି ପ୍ରଦାନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri