ଜନତା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ

ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୮ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ଜନତା ମହାବିଦ୍ୟାଳୟର ୩୪ତମ ପ୍ରତିଷ୍ଠା ଦିବସ ବୁଧବାର କଲେଜ ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଏହାର ଅଧ୍ୟକ୍ଷ ଡ. ସଞ୍ଜୟ କୁମାର ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ସଂସ୍କୃତ ଅଧ୍ୟାପକ ବଟକୃଷ୍ଣ ମିଶ୍ର ବେଦପାଠ କରିଥିଲେ । ଓଡିଆ ପ୍ରାଧ୍ୟାପକ ଡ.ଚନ୍ଦ୍ରଶେଖର ଦାଶ ମୁଖ୍ୟବକ୍ତା ଭାବେ ଉଦ୍‌ବୋଧନ ଦେଇଥିଲେ। ମଞ୍ଚାସୀନ ଅତିଥି ଛାତ୍ରୀଛାତ୍ରଙ୍କୁ ସଫଳତା ପ୍ରାପ୍ତି ନିମନ୍ତେ ଦିଗ୍‌ଦର୍ଶନ ଦେଇଥିଲେ। ନବାଗତ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ୩ ଛାତ୍ରୀଙ୍କୁ ଅତିଥି ପୁରସ୍କୃତ କରିଥିଲେ । ଅଧ୍ୟାପିକା ଅର୍ପିତା ବେହେରା, ଉତ୍ତମ କୁମାର ପାଇକରାୟ, ବ୍ରଜ କିଶୋର ଷଡ଼ଙ୍ଗୀ ଓ ପ୍ରମୋଦ କୁମାର ଶୁକ୍ଲା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଅଧ୍ୟାପକ ଟୁକୁନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri