ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ

ନୟାଗଡ଼ ଅଫିସ,୨୩-୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା ଗ୍ରାମର ବିରଞ୍ଚତ୍ ସାହୁ। ବିରଞ୍ଚତ୍ଙ୍କ ସ୍ତ୍ରୀ ଟିକିନା ସାହୁ ଏ ନେଇ ନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ ରବିବାର ରାତି ୯ଟା ୩୦ରେ ବିରଞ୍ଚତ୍ ବାଇକ୍‌ରେ ଟ୍ରାକ୍ଟର ପାଇଁ ଡିଜେଲ ନେଇ ଘରକୁ ଫେରୁଥିବା ବେଳେ ଚଣ୍ଡିଝରୀ ଗ୍ରାମ ନିକଟରେ ଜନପ୍ରତିନିଧି ଓ ତାଙ୍କର ଦୁଇ ସହଯୋଗୀ ଅଟକାଇଥିଲେ। ଏହା ପରେ ସେମାନେ ତାଙ୍କ ସହ ଗଣ୍ଡଗୋଳ କରିବା ସହିତ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ବିରଞ୍ଚତ୍ଙ୍କ ମୁଣ୍ଡ ଫାଟି ରକ୍ତାକ୍ତ ଅବସ୍ଥାରେ ପଡ଼ିରହିଥିଲେ। ପରିବାର ଲୋକେ ଖବର ପାଇ ତାଙ୍କୁ ଉଦ୍ଧାର କରି ପ୍ରଥମେ ମହିପୁର ମେଡ଼ିକାଲକୁ ଆଣିଥିଲେ। ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଟିକିନାଙ୍କ ଅଭିଯୋଗ ଅନୁସାରେ ଉକ୍ତ ଜନପ୍ରତିନିଧି ଜଣକ ଗତ ସରପଞ୍ଚ ନିର୍ବାଚନ ସମୟରେ ତାଙ୍କ ସ୍ବାମୀଙ୍କଠାରୁ ଦେଢଲକ୍ଷ ଟଙ୍କା ଧାର ନେଇଥିଲେ। ବିରଞ୍ଚତ୍ ଉକ୍ତ ଟଙ୍କା ମାଗିଲେ ଜନ ପ୍ରତିନିଧି ଜଣକ ଟଙ୍କା ଦେବା ବଦଳରେ ଧମକ ଦେଉଥିଲେ। ରବିବାର ରାଗ ରଖି ଜନ ପ୍ରତିନିଧି ଓ ତାଙ୍କର ସହଯୋଗୀମାନେ ଏହି ଆକ୍ରମଣ କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ଥାନାରେ ୮୪/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ନୂଆଗାଁ ଥାନା ଅଧିକାରୀ ମନୋରମା ମଲ୍ଲିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତ।...

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ...

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

ଲେଖାଶ୍ରୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରତାପ

ବାଲେଶ୍ୱର,୧୦।୫(ମାନସ ବିଶ୍ୱାଳ): ଓଡ଼ିଶାରେ ଦୀର୍ଘ ୨୫ବର୍ଷ ଧରି ବିଜେଡି ଭ୍ରଷ୍ଟାଚାର ଓ ଦୁର୍ନୀତି କରିଆସୁଥିବା ଅଭିଯୋଗ କରି ବିଜେଡି ସରକାର ଉପରେ ବର୍ଷିଛନ୍ତି ଭାଜପା ରାଜ୍ୟ...

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୧୦ା୫(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ...

୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର

ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri