ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌କୁ ବିରୋଧ

ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍‌ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି।
୨୯ ନମ୍ବର ୱାର୍ଡ଼ ସହରର ମଧ୍ୟମସ୍ଥଳୀରେ ଅବସ୍ଥିତ। ଘରୋଇ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନୱାଡ଼ି ଶିକ୍ଷାକେନ୍ଦ୍ର, ଦେବାଳୟ ସମେତ ୨ଶହରୁ ଊର୍ଦ୍ଧ୍ୱ ଛୋଟବଡ଼ କୋଠାଘରେ ସହସ୍ରାଧିକ ଲୋକ ବସବାସ କରୁଛନ୍ତି। ୨ହଜାରରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ନିକଟସ୍ଥ ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ଏଭଳି ସ୍ଥାନରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ନିର୍ମାଣ କରାଗଲେ ଏଥିରୁ ନିର୍ଗତ ହେବାକୁ ଥିବା ଧୂଆଁରେ ସ୍ଥାନୀୟ ଲୋକେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେବା ସହ ରୋଗାଗ୍ରସ୍ତ ହେବାର ବହୁ ଆଶଙ୍କା ଥିବାରୁ ଏ ସମ୍ପର୍କରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଲିଖିତ ଅବଗତ କରାଇଥିଲେ। ଜିଲାପ୍ରଶାସନ କୌଣସି ଅଭିଯୋଗକୁ କର୍ଣ୍ଣପାତ କରୁ ନ ଥିବାରୁ ସ୍ଥାନୀୟ ଲୋକେ ଆନ୍ଦୋଳନ ଡାକରା ଦେଇଛନ୍ତି ବୋଲି ନିରଞ୍ଜନ ମହାପାତ୍ର, ଇଭାରାଣୀ ଜିମ୍ମା, ନିହାରିକା ବିଶ୍ୱାସ, ଅଭିଶେଖ ଭକ୍ତଙ୍କ ସମେତ ଶତାଧିକ ଗ୍ରାମବାସୀ ପ୍ରକାଶ କରିଛନ୍ତି। ନିର୍ମାଣ ହେବାକୁ ଥିବା ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ସ୍ଥାନରେ ଶତାଧିକ ଲୋକ ଏକାଠି ହୋଇ ଜିଲା ପ୍ରଶାସନ ବିରୋଧରେ ବିଭିନ୍ନ ନାରା ଦେଇ ଆନ୍ଦୋଳନର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri