ଜନବସତି ନିକଟରେ ଗ୍ୟାସ ପାଇପ ଲାଇନ୍‌କୁ ବିରୋଧ: କାମ ବନ୍ଦ କଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୬-କାମାକ୍ଷାନଗର ଉପଖଣ୍ଡ ତୁମୁସିଙ୍ଗା ଥାନା ଖୁଣ୍ଟିବାଟି ଗ୍ରାମ ଦେଇ ଗେଲ୍‌ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗ୍ୟାସ୍‌ ଲାଇନ ବିଛାଇବା ପାଇଁ ନିର୍ମାଣାଧୀନ କମ୍ପ୍ରେସର ଗୃହକୁ ବିରୋଧ କରିଛନ୍ତି ଅଞ୍ଚଳବାସୀ। ଭବିଷ୍ୟତରେ ବିପଦ ଆଶଙ୍କା ଥିବାରୁ ସେମାନେ କାର୍ଯ୍ୟ ବନ୍ଦ କରି ଏହାର ପ୍ରତିବାଦ କରିଛନ୍ତି।
ଗ୍ରାମବାସୀଙ୍କ କହିବା କଥା, ଜନବସତିଠାରୁ ମାତ୍ର ୧୦୦ମିଟର ଦୂର ଗୋଚର ଭୂମିରେ କମ୍ପ୍ରେସର ଗୃହ ନିର୍ମାଣ ଚାଲିଛି। ଭବିଷ୍ୟତରେ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି। ସମସ୍ୟା ସମ୍ପର୍କରେ ସେମାନେ ପୂର୍ବରୁ ପ୍ରଶାସନକୁ ଅବଗତ କରାଇଥିଲେ। ହେଲେ କୌଣସି ପଦକ୍ଷେପ ଗ୍ରହଣ କରାଗଲାନାହିଁ। ଏହାର ପ୍ରତିବାଦରେ ସୋମବାର ସେମାନେ ନିର୍ମାଣ କାର୍ଯ୍ୟ ବନ୍ଦ କରିଦେଇଛନ୍ତି। ଜନବସତିରୁ ଦୂରରେ ଉକ୍ତ ଗୃହ ନିର୍ମାଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଅଞ୍ଚଳବାସୀ ମଙ୍ଗଳବାର ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରିଛନ୍ତି। ଗ୍ରାମବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏ ଦିଗରେ ଉଚିତ ପଦକ୍ଷେପ ନେବାକୁ ଗ୍ରାମ ସଭାପତି ଗୋପାଳ ଚନ୍ଦ୍ର ଦେହୁରୀ, ସମ୍ପାଦକ ଉଦ୍ଧବ ଚନ୍ଦ୍ର ବେହେରା, ୱାର୍ଡମେମ୍ବର ନିରଞ୍ଜନ ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ

ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି…

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ ଜିଲା…

କପିଳାସ ଦର୍ଶନ ସାରି ଫେରିବାବେଳେ ଅଘଟଣ: ଓଲଟି ପଡିଲା କାର୍‌, ଭିତରେ ଥିଲେ ୬ ଯାତ୍ରୀ

ଢେଙ୍କାନାଳ ,୧୬।୧(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଘାଟି ରାସ୍ତା ୧୦ ନମ୍ବର ବାଙ୍କରେ ଶୁକ୍ରବାର ଅପରାହ୍ନରେ ଏକ କାର୍‌ ଭାରସାମ୍ୟ ହରାଇ ଓଲଟି…

ଜିଲାପାଳଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ-ସ୍ବାମୀ, ଜଙ୍ଗଲରୁ ପାଇଥିବା ଶିଶୁକୁ ନେଇଯିବାରୁ…

ଢେଙ୍କାନାଳ,୧୫।୧(ରତନ ନାୟାର) : ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଛୁରୀ ବାଙ୍କ ଗ୍ରାମର ମୁଷା ନାୟକ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ ନବଜାତ ଶିଶୁପୁତ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri