ଜନସମ୍ପର୍କ ପଦଯାତ୍ରାରେ ନବୀନଙ୍କ ଘୋଷଣା: ବିଜେଡିି ଆରମ୍ଭ କରିବ ସମାଜସେବା ଓ୍ବିଙ୍ଗ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ବର୍ଷ ଗାନ୍ଧୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଆସୁଛି। ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ସରକାର ପୁଣି ଥରେ ଲୋକଙ୍କୁ ସେବା କରିବାର ସୁଯୋଗ ପାଇଛି। ଆମର ଏହି ପଦଯାତ୍ରା ଲୋକଙ୍କୁ ଭେଟିବା ପାଇଁ ଏକ ସୁଯୋଗ। ସେହିପରି କିଛି ବର୍ଷ ତଳେ ଆରମ୍ଭ ହୋିଥିବା ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଏକ ବଡ଼ ପରିବର୍ତ୍ତନ ଆଣିଦେଇଛି। ଏପର୍ଯ୍ୟନ୍ତ ୩ ଲକ୍ଷ ୟୁନିଟ୍‌ ରକ୍ତ ଲୋକଙ୍କ ଜୀବନ ରକ୍ଷା କରିଛି। ଏହି ଆନ୍ଦୋଳନରେ ୧୦ଲକ୍ଷ ଲୋକ ସାମିଲ ହୋଇଛନ୍ତି। ଏବେ ଗାନ୍ଧୀଙ୍କୁ ସମ୍ମାନ ଜଣାଇ ବିଜେଡି ଏକ ଓ୍ବିଙ୍ଗ ଆରମ୍ଭ କରିବ। ଏହା ବୃକ୍ଷରୋପଣ, ପରିବେଶ, ରକ୍ତ ସଂଗ୍ରହ ଏବଂ ସ୍ବାସ୍ଥ୍ୟଗତ ସହାୟତା ଆଦି ଦିଗରେ କାମ କରିବ। ଏଥିସହ ଓଡ଼ିଶାକୁ ସବୁଜ, ସୁନ୍ଦର ରଖିବା ଦିଗରେ କାମ କରିବା ପ୍ରମୁଖ ଲକ୍ଷ୍ୟ ରହିବ ବୋଲି ସେ କହିଛନ୍ତି। ଅପରପକ୍ଷେ ସେ ଦଳୀୟ ନେତାଙ୍କୁ ଲୋକଙ୍କ ସମସ୍ୟା ବୁଝିବାକୁ କହିଛନ୍ତି। ଏଥିସହ ସରକାରଙ୍କ ଭଲ କାମ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଦଳୀୟ ନେତାଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?