ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ଚେତାବନୀ: ବଜାରରେ ଭିଡ଼ କଲେ ସଟ୍ ଡାଉନ୍‌ଠାରୁ ନିଆଯିବ ବଡ଼ ପଦକ୍ଷେପ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଜନସାଧାରଣଙ୍କୁ ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି। ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ହଟିବା ପରେ ଅଯଥାରେ ହାଟ ବଜାରରେ ଲୋକମାନେ ଭିଡ଼ ଲଗାନ୍ତୁ ନାହିଁ। ଭିଡ଼ କରିଲେ ସଟ୍ ଡାଉନ୍‌ଠାରୁ ବି କଡ଼ା ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଛନ୍ତି।

ସେ କହିଛନ୍ତି ଯେ, ପୂର୍ବ ପରି ସମସ୍ତ ଗ୍ରୋସରି ଦେକାନ, ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲା ରହିବ। ତେଣୁ ଅଯଥା ଭିଡ଼ ନ କରି ଘରେ ରୁହନ୍ତୁ l କୋଭିଡ୍‌-୧୯ର ମୁକାବିଲା କରିବାରେ ରାଜ୍ୟ ସରକାରଙ୍କ ସହଯୋଗ କରନ୍ତୁ। ଯଦି ଅଯଥାରେ ଲୋକମାନେ ହାଟ ବଜାରରେ ଭିଡ଼ ଲଗାଇବେ, ତେବେ ସଟ୍ ଡାଉନ୍‌ଠାରୁ ବି ବଡ଼ ପଦକ୍ଷେପ ଗ୍ରହଣ କରାଯିବ। ନିଜ ପରିବାର ଓ ଆତ୍ମୀୟଙ୍କ ପାଇଁ ଘରେ ରୁହନ୍ତୁ, ନା କି ସଟ୍ ଡାଉନ୍ ସରିବା ମାତ୍ରେ ବାହାରେ ବୁଲନ୍ତୁ। ସଟ୍ ଡାଉନ୍ ଆଜି ରାତି ୮ଟାରେ ସରୁଛି ସତ କିନ୍ତୁ ଲକ୍ ଡାଉନ୍ ଆସନ୍ତା ୧୪ ତାରିଖ ଯାଏ ଚାଲିବ। ପୂର୍ବ ନିୟମ ଅନୁସାରେ ହିଁ ଏହା କାର୍ଯ୍ୟକାରୀ ହେବ। ସଟ୍ ଡାଉନ୍ ସମୟରେ ଭୁବନେଶ୍ୱର, କଟକ ବାହାରେ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ଯେଉଁଥିରେ ରାଜ୍ୟ ସରକାର ତତ୍ପରତା ଦେଖାଇବା ସହ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରିବା ପାଇଁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ସ୍ୱତନ୍ତ୍ର କ୍ଷମତା ପ୍ରଦାନ କରିଛନ୍ତି। ଚିହ୍ନଟ ହୋଇଥିବା ସ୍ଥାନରୁ ସଂକ୍ରମଣ କିପରି ବାହାରକୁ ନ ଆସିବ ସେନେଇ ବ୍ୟବସ୍ଥା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରିବା ଓ ଆବଶ୍ୟକୀୟ ସେବା ଯୋଗାଇବା ପାଇଁ ସେମାନଙ୍କୁ କୁହାଯାଇଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri