ଜନସାଧାରଣଙ୍କୁ ଶକ୍ତି ବିଭାଗର ନିବେଦନ:ମେନ୍ ସୁଇଜ୍ ନୁହେଁ, କେବଳ ଲାଇଟ୍ ସୁଇଜ୍ ବନ୍ଦ କରନ୍ତୁ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତି ୯ଟାରେ ସ୍ୱେଚ୍ଛାକୃତ ଭାବେ ଘର ଲାଇଟ ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି ସମୟରେ କେବଳ ଲାଇଟ ସୁଇଜ ବନ୍ଦ କରିବା ପାଇଁ ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏହି ସମୟରେ ହଠାତ୍ ଲୋଡ କମିବା କିମ୍ବା ବଢ଼ିବାର ସମ୍ଭାବନା ଅଛି। ଏହା ଦ୍ୱାରା ଆମ ରାଜ୍ୟ ଓ ଦେଶରେ ବିଦ୍ୟୁତ୍ ବିଭ୍ରାଟ ହେବାର ଆଶଙ୍କା ରହିଛି। ଏହା ନ ହେବା ପାଇଁ ବିଦ୍ୟୁତ୍ ବିଭାଗ ରାଜ୍ୟ ଏବଂ ଦେଶ ସ୍ତରରେ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ତେଣୁ ରାତି ୯ଟାରେ କେବଳ ଲାଇଟ୍ ସୁଇଜ୍ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅନ୍ୟ କୌଣସି ସୁଇଜ୍ ବନ୍ଦ କରନ୍ତୁ ନାହିଁ। ମେନ୍ ସୁଇଜ୍ ଆଦୌ ବନ୍ଦ କରନ୍ତୁ ନାହିଁ। ଲାଇଟ୍ ସୁଇଜ୍ ଗୁଡ଼ିକ ଏକା ସାଙ୍ଗରେ ବନ୍ଦ ନ କରି, ଏହି ସମୟର କିଛି ପୂର୍ବରୁ ଏବଂ କିଛି ସମୟ ପରେ ଛାଡ଼ି ଛାଡ଼ି ବନ୍ଦ କରନ୍ତୁ ଓ ଅନ୍ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri