ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ମାତ୍ର କେତେକ ଅସାଧୁ କେନ୍ଦ୍ର ପରିଚାଳକ ଏହାର ଅପବ୍ୟବହାର କରୁଛନ୍ତି। ବିଗତ ଦିନରେ ଲୋକଙ୍କ ବ୍ୟାଙ୍କ ଖାତାରୁ ଜମାରାଶି ହଡପ କରିଥିବା ନେଇ ମୋହନା ଥାନାରେ ମାମଲା ରୁଜୁ ହୋଇ, କେନ୍ଦ୍ର ପରିଚାଳକ ଜେଲ ଯିବାର ମଧ୍ୟ ନଜିର ରହିଛି। ଆଉ କେତେକ ସ୍ଥାନରେ ତୁରନ୍ତ ପ୍ରମାଣପତ୍ର ଯୋଗାଇଦେବାକୁ କହି ଅଧିକ ଟଙ୍କା ଆଦାୟ କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ବୃଦ୍ଧି ପାଉଥିବା ଦେଖି ମୋହନା ତହସିଲଦାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଆପଣଙ୍କ ଅଞ୍ଚଳରେ କୌଣସି ଜନ ସେବା କେନ୍ଦ୍ରରେ ବିଭିନ୍ନ ସାର୍ଟିଫିକେଟ ପାଇଁ ସରକାରୀ ଦର ତାଲିକା ଲଟକାଯାଇନାହିଁ, କିମ୍ବା ନିର୍ଦ୍ଧାରିତ ଦରଠାରୁ ଅଧିକ ନିଆଯାଉଛି ତେବେ ତହସିଲ କାର୍ଯ୍ୟାଳୟର ଅଭିଯୋଗ/ପରାମର୍ଶ ବାକ୍ସରେଅଭିଯୋଗ ପତ୍ର ପକାଇପାରିବେ କିମ୍ବା ମୋବାଇଲ ଫୋନ ନଂ.୯୪୩୭୫୧୮୮୬୬କୁ ହ୍ବାଟ୍ସଆପ୍‌ ମାଧ୍ୟମରେ ପ୍ରମାଣ ବି ପଠାଇ ପାରିବେ। ତହସିଲ ସମ୍ମୁଖରେ ଏନେଇ ଏକ ବ୍ୟାନର ଟଙ୍ଗା ଯାଇଛି। ତହସିଲଦାର କଲ୍ୟାଣି ସଙ୍ଘମିତ୍ରା ଦେବୀଙ୍କୁ ପଚାରିବାରୁ ଜନସେବା କେନ୍ଦ୍ରକୁ ଦୁର୍ନୀତିମୁକ୍ତ କରିବାକୁ ଏହା ଏକ ପ୍ରୟାସ ଓ ଏହାଦ୍ୱାରା ଲୋକେ ଉପକୃତ ହେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri