ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର କରିଦେବା ନେଇ ଅର୍ଥ କାରବାର ହୋଇଥିବା ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ଅଭିଯୋଗ କରାଯାଇଛି ା ଏହି କାରବାରରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଇ-ଗଭର୍ନାନ୍ସର ଜଣେ ଅଧିକାରୀ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଉକ୍ତ ଅଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୪ଥର ଟଙ୍କା ଟ୍ରାନ୍ସଫର କରାଯାଇଛି ା ପ୍ରତି ପଞ୍ଚାୟତରେ ଗୋଟିଏ ଜନସେବା କେନ୍ଦ୍ର ଖୋଲିବା ନିୟମ ରହିଥିବା ବେଳେ ୨ରୁ ୩ଟି କେନ୍ଦ୍ର ଖୋଲିବାକୁ ଅନୁମତି ଦିଆଯାଇଛି ା ସୋମବାର ଏ ନେଇ ସମସ୍ତ ଟଙ୍କା ଦେଣ ସମ୍ବନ୍ଧୀୟ ପ୍ରମାଣପତ୍ରର ନକଲ ସହ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ ଭେଟି ଅଭିଯୋଗ କରାଯାଇଛି ା ଏହି ଅନିୟମିତତାର ତଦନ୍ତ ସହ ମଧ୍ୟବର୍ତ୍ତୀ ଚୁକ୍ତି ବନ୍ଦ କରିବା ପାଇଁ ଦାବି ହୋଇଛି ା କେତେଜଣ ଅଯୋଗ୍ୟ ବ୍ୟକ୍ତିଙ୍କୁ ମଧ୍ୟ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି ା ବେଆଇନ୍ ଭାବେ ହ୍ବାଟସ୍ଆପ୍ ଗ୍ରୁପ୍ କରି ଗତ ଅଗଷ୍ଟ ୧୪ ତାରିଖରେ ବିଭିନ୍ନ ପଞ୍ଚାୟତ ଏବଂ ଏନଏସିରେ ସିଏସସି ଖୋଲିବା ପାଇଁ ବିଜ୍ଞାପନ ବାହାରିଥିଲା ା ଏଥିରେ ଜିଲାରୁ ୫୮୭ ଜଣ ଆବେଦନ କରିଥିବା ବେଳେ ୩୪୫ ଜଣ ସିଏସସି ପାଇଁ ମନୋନୀତ ହୋଇଥିଲେ ା ମନୋନୀତ ହୋଇଥିବା ୩୪୫ ଜଣଙ୍କ କାଗଜପତ୍ର ଯାଞ୍ଚ କରିବାକୁ ଦାବି କରାଯାଇଥିଲା ା ଛତ୍ରପୁର ଏନଏଏସିରେ ମଧ୍ୟ ସିଏସସି ପାଇଁ ମିଳିଥିବା ଲୋକଙ୍କ କାଗଜପତ୍ର ଉପରେ ତଦନ୍ତ କରିବାକୁ ଅନୁରୋଧ କରାଯାଇଥିଲା। ଏହାର ତଦନ୍ତ ଡେପୁଟି କଲେକ୍ଟର (ଜୁଡିସିଆଲ) କରିବେ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି।
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…
ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

