ଜନସେବା କେନ୍ଦ୍ର ଖୋଲିବା ପାଇଁ ଟଙ୍କା ଆଦାୟ ଅଭିଯୋଗ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର କରିଦେବା ନେଇ ଅର୍ଥ କାରବାର ହୋଇଥିବା ଗଞ୍ଜାମ ଭିଏଲଇ ସୋସାଇଟି ପକ୍ଷରୁ ଅଭିଯୋଗ କରାଯାଇଛି ା ଏହି କାରବାରରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଇ-ଗଭର୍ନାନ୍ସର ଜଣେ ଅଧିକାରୀ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଉକ୍ତ ଅଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୪ଥର ଟଙ୍କା ଟ୍ରାନ୍ସଫର କରାଯାଇଛି ା ପ୍ରତି ପଞ୍ଚାୟତରେ ଗୋଟିଏ ଜନସେବା କେନ୍ଦ୍ର ଖୋଲିବା ନିୟମ ରହିଥିବା ବେଳେ ୨ରୁ ୩ଟି କେନ୍ଦ୍ର ଖୋଲିବାକୁ ଅନୁମତି ଦିଆଯାଇଛି ା ସୋମବାର ଏ ନେଇ ସମସ୍ତ ଟଙ୍କା ଦେଣ ସମ୍ବନ୍ଧୀୟ ପ୍ରମାଣପତ୍ରର ନକଲ ସହ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ ଭେଟି ଅଭିଯୋଗ କରାଯାଇଛି ା ଏହି ଅନିୟମିତତାର ତଦନ୍ତ ସହ ମଧ୍ୟବର୍ତ୍ତୀ ଚୁକ୍ତି ବନ୍ଦ କରିବା ପାଇଁ ଦାବି ହୋଇଛି ା କେତେଜଣ ଅଯୋଗ୍ୟ ବ୍ୟକ୍ତିଙ୍କୁ ମଧ୍ୟ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି ା ବେଆଇନ୍‌ ଭାବେ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ କରି ଗତ ଅଗଷ୍ଟ ୧୪ ତାରିଖରେ ବିଭିନ୍ନ ପଞ୍ଚାୟତ ଏବଂ ଏନଏସିରେ ସିଏସସି ଖୋଲିବା ପାଇଁ ବିଜ୍ଞାପନ ବାହାରିଥିଲା ା ଏଥିରେ ଜିଲାରୁ ୫୮୭ ଜଣ ଆବେଦନ କରିଥିବା ବେଳେ ୩୪୫ ଜଣ ସିଏସସି ପାଇଁ ମନୋନୀତ ହୋଇଥିଲେ ା ମନୋନୀତ ହୋଇଥିବା ୩୪୫ ଜଣଙ୍କ କାଗଜପତ୍ର ଯାଞ୍ଚ କରିବାକୁ ଦାବି କରାଯାଇଥିଲା ା ଛତ୍ରପୁର ଏନଏଏସିରେ ମଧ୍ୟ ସିଏସସି ପାଇଁ ମିଳିଥିବା ଲୋକଙ୍କ କାଗଜପତ୍ର ଉପରେ ତଦନ୍ତ କରିବାକୁ ଅନୁରୋଧ କରାଯାଇଥିଲା। ଏହାର ତଦନ୍ତ ଡେପୁଟି କଲେକ୍ଟର (ଜୁଡିସିଆଲ) କରିବେ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri