ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି ମୋଟରରୁ ଗୋଟିଏ ଖରାପ ହେବାରୁ ଏପରି ସ୍ଥିତି ସୃଷ୍ଟି ହୋଇଛି। ବାରମ୍ବାର ଏଭଳି ସମସ୍ୟା ଦେଖାଦେଉଥିବାରୁ ଜନ ଅସନ୍ତୋଷ ବଢ଼ୁଛି। ପ୍ରକଳ୍ପ ହେବାର ୩ ବର୍ଷ ମଧ୍ୟରେ ବହୁବାର ମୋଟର ଖରାପ ହୋଇଛି। ଅନ୍ୟପଟେ ମୋଟରରେ ସମସ୍ୟା ଦେଖାଦେଲେ ତୁରନ୍ତ ନ ସଜାଡ଼ି ସମ୍ପୂର୍ଣ୍ଣ ଅଚଳ ହେବା ପରେ କାମ କରିବାକୁ ୩/୪ ଦିନ ଲଗାଇ ଦେଉଛନ୍ତି।
ଫୁଲବାଣୀକୁ ପାଣି ଯୋଗାଇବା ପାଇଁ ଜିରିଙ୍ଗିପଡା ପାଖରେ ୨୦୧୬ ଅକ୍ଟୋବର ୬ରେ ଏକ ବୃହତ ପ୍ରକଳ୍ପ ଉଦ୍‌ଘାଟନ ହୋଇଥିଲା। ହେଲେ ବର୍ଷେ ମଧ୍ୟରେ ପିଲା ସାଲୁଙ୍କି ନଦୀରୁ ପାଣି ଉଠାଇବା ପାଇଁ ଲାଗି ଥିବା ମୋଟର ଖରାପ ହେବା ଆରମ୍ଭ ହେଲା। ନୂଆ ମୋଟର ଏତେ ଶୀଘ୍ର କିଭଳି ଖରାପ ହେଉଛି ତାହାର ତଦନ୍ତ କରାଯିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ କହିଛନ୍ତି। ବର୍ଷକୁ ପ୍ରାୟ ୧୦/୧୫ ଥର ମୋଟର ଖରାପ ହେଉଛି। ସ୍ଥାନୀୟ ଅନଭିଜ୍ଞ ମେକାନିକଙ୍କ ଦ୍ୱାରା ଏହାର ମରାମତି କରାଯାଉଛି। ଯାହାଫଳରେ ମୋଟର ଠିକ୍‌ ହେବା ପରିବର୍ତ୍ତେ ସେଥିରେ ବିଭିନ୍ନ ବୈଷୟିକ ସମସ୍ୟା ବଢ଼ିବାରେ ଲାଗୁଛି। ଏପଟେ ମରାମତି ବାବଦରେ ଯନ୍ତ୍ରୀ ଚଢ଼ା ଦରରେ ବିଲ କରୁଛନ୍ତି। ପାଣି ମିଳୁ ନ ଥିବା ନେଇ ବିଭାଗ କାର୍ଯ୍ୟାଳୟ, ଯନ୍ତ୍ରୀଙ୍କୁ ଫୋନ କଲେ ସେମାନେ ଦୁର୍ବ୍ୟବହାର ପ୍ରଦର୍ଶ କରିବାକୁ କରିବାକୁ ବି ପଛାଉ ନ ଥିବା ଅଭିଯୋଗ ହେଉଛି। ଏ ନେଇ କନିଷ୍ଠ ଯନ୍ତ୍ରୀ ସୁଦେସ୍ନା ସାହୁଙ୍କୁ ପଚାରିବାରୁ ପାଣି ସବୁଆଡେ ଦିଆଯାଉଛି ବୋଲି ପ୍ରଥମେ କହିଥିଲେ। ଦୁଇ ଦିନ ହେଲା ପାଣି ନାହିଁ ପାଣି ମିଳୁନି ବୋଲି କହିବାରୁ ଗୋଟିଏ ମୋଟର ଖରାପ ହୋଇଛି। ସହରର ଅଧା ଅଞ୍ଚଳକୁ ପାଣି ଦିଆଯାଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପାଣି ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?