ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ ପରିବାର। ଓଡ଼ିଶାବାସୀଙ୍କ ସ୍ନେହ ଏବଂ ଭଲପାଇବା ଯୋଗୁ ମୁଁ ଋଣି। ବୁଧବାର ଜନ୍ମଦିନ ଉପଲକ୍ଷେ ସାରା ରାଜ୍ୟରେ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହାକୁ ନେଇ ମୁଁ ବହୁତ ଖୁସି। ତେବେ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ଆସିବା ପରିବର୍ତ୍ତେ ନିକଟସ୍ଥ ଅନାଥାଶ୍ରମ ଏବଂ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଥିବା ସ୍କୁଲକୁ ଯାଆନ୍ତୁ। ସେମାନଙ୍କ ପାଇଁ କିଛି ଭଲ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଦଳର କର୍ମୀ ଏବଂ ଶୁଭେଚ୍ଛୁମାନଙ୍କୁ କହିଛନ୍ତି। କେବଳ ସେତିକି ନୁହେଁ ଜୀବନର ପ୍ରତ୍ୟେକ ସ୍ମରଣୀୟ ଦିନରେ ଏହି ପିଲାମାନଙ୍କ ପାଖକୁ ଯାଆନ୍ତୁ ଏବଂ ସେମାନଙ୍କ ପାଇଁ କିଛି କରନ୍ତୁ। ପିଲାମାନେ ଦେଶର ଭବିଷ୍ୟତ। ସେମାନଙ୍କ ଭଲ ପାଇଁ କାମ କଲେ ମୋତେ ଖୁସି ଲାଗିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri