ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ : ମିଳିଲା ଆଡ଼ପ ଅବଢା, ରବିବାର ମହାପ୍ରଭୁଙ୍କ ବନକ ଲାଗି

ପୁରୀ ଅଫିସ, ୬ା୭: ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଶନିବାର ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା ପାଗ ସତ୍ତ୍ବେ ବିଶ୍ୱନିୟନ୍ତାଙ୍କ ଦର୍ଶନ ଲାଗି ଭକ୍ତଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଥିଲା। ଏଥିସହ ମହାପ୍ରଭୁଙ୍କୁ ଲାଗି ହୋଇଛି ଅନ୍ନ ପ୍ରସାଦ। ଶ୍ରଦ୍ଧାଳୁ ବି ପାଇଛନ୍ତି ଆଡ଼ପ ଅବଢା। ଶନିବାର ସକାଳ ୬ଟା ୨୦ରେ ଦ୍ୱାରଫିଟା ଯାଇ ୭ଟାରେ ମଙ୍ଗଳ ଆଳତି କରାଯାଇଥିଲା। ଏହାପରେ ଅନ୍ୟାନ୍ୟ ନୀତି ବଢି ସକାଳ ୮ଟା ୪୫ରେ ଅବକାଶ ସରିଥିଲା। ଏହାପରେ ସାହାଣମେଲା ଦର୍ଶନ ହୋଇଥିଲା। ଶ୍ରଦ୍ଧାଳୁମାନେ ଗୁଣ୍ଡିଚା ମନ୍ଦିର ମୁଖ୍ୟ ଦ୍ୱାର ଦେଇ ଆଡପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରି ନାକଚଣା ଦ୍ୱାର ଦେଇ ବାହାରକୁ ବାହାରିଥିଲେ। ପ୍ରଥମ ଦିନରେ ପ୍ରାୟ ୨ ଘଣ୍ଟା ସାହାଣମେଲା ଦର୍ଶନ ହୋଇଥିଲା। ଏହାପରେ ପୂର୍ବାହ୍ନ ୧୧ଟା ୧୦ରେ ଗୋପାଳ ବଲ୍ଲଭ ସରିଥିଲା। ଅପରାହ୍ନ ୨ଟା ୧୫ରେ ସକାଳ ଧୂପ ନୀତି ବଢିଥିଲା। ପ୍ରାୟ ସାଢେ ୨ଟାରେ ବାହାରିଥିଲା ଆଡ଼ପ ଅବଢା। ପ୍ରଥମ ଦିନରେ ହଜାର ହଜାର ଭକ୍ତ ଆଡପ ଦର୍ଶନ କରି ଆଡ଼ପ ଅବଢା ପାଇଥିଲେ।
ଅନ୍ୟପକ୍ଷରେ ରବିବାର ଦାରୁବିଗ୍ରହଙ୍କର ବନକଲାଗି କରାଯିବ। ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଜନ୍ମବେଦୀରେ ଠାକୁର ପହଞ୍ଚତ୍ବା ପରେ ବଡ଼ସିଂହାର ଓ ପହୁଡ ନୀତି ହେବାର ବିଧି ରହିଛି। କିନ୍ତୁ ସମୟ ଅଭାବରୁ ଏହି ନୀତି ପ୍ରାୟତଃ ହୋଇପାରି ନ ଥାଏ। ୨୦୦୫ରେ ସଅଳ ପହଣ୍ଡି ଯୋଗୁ ପହୁଡ ହୋଇଥିବା ବେଳେ ଏହା ପରଠାରୁ ୧୧ ବର୍ଷ ଧରି ପହୁଡ ସମ୍ଭବ ହୋଇ ନ ଥିଲା। କିନ୍ତୁ ଗତ ଦୁଇବର୍ଷ ସଅଳ ପହଣ୍ଡି ହେଉଥିବାରୁ ପହୁଡ ନୀତି ସମ୍ପନ୍ନ ହୋଇଥିଲା। ଏ ବର୍ଷ ମଧ୍ୟ ଠାକୁରଙ୍କ ପହୁଡ଼ ହୋଇଛି। ସଅଳ ପହଣ୍ଡି ଯୋଗୁ ଶୁକ୍ରବାର ରାତି ୪ଟାରେ ମହାପ୍ରଭୁଙ୍କ ପହୁଡ଼ ହୋଇଥିଲା।
ଶ୍ରୀମନ୍ଦିର ପ୍ରଶାସନର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି, ଆସନ୍ତା ସୋମବାର ହେରାପଞ୍ଚମୀ। ଏହାର ପୂର୍ବଦିନ ମହାପ୍ରଭୁଙ୍କ ବନକଲାଗି ହେବାର ପରମ୍ପରା ରହିଛି। ତେଣୁ ରବିବାର ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ପଛଭୋଗ ମଣ୍ଡପ ଶେଷ ହୋଇ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ପ୍ରାୟ ୯ଟାରୁ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଗୁଣ୍ଡିଚା ମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri