ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍‌ଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ଶହୀଦଙ୍କ ମରଶରୀରକୁ ପୈତୃକ ଘରକୁ ଅଣାଯିବା ପରେ ସେଠାରେ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଛି। ଏହାପରେ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି।


ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ଅଜିତ୍‌ଙ୍କ ପ୍ରାର୍ଥୀବ ଶରୀର ପହଞ୍ଚିବା ପରେ ୧୨୦ ବାଟାଲିୟନରେ ରଖାଯାଇଥିଲା। ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବହୁ ମନ୍ତ୍ରୀ ଓ ନେତା ପହଞ୍ଚି ଶହୀଦଙ୍କ ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହାପରେ ମରଶରୀରକୁ ଜନ୍ମମାଟିକୁ ନିଆଯାଇଥିଲା। ପ୍ରଥମେ ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଅଜିତ୍‌ଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ କାମାକ୍ଷାନଗର ଅଭିମୁଖେ ଅଣାଯାଇଥିଲା। ପଣ୍ଡୁଆ ଛକଠାରୁ ପୈତୃକ ଗ୍ରାମ ବଡ଼ସୁଆଁଳ ଗ୍ରାମକୁ ଦୀର୍ଘ ୨୦ କିମି ଧରି ଏକ ବିଶାଳ ଶୋଭାଯାତ୍ରା କରି ତାଙ୍କୁ ନିଆଯାଇଥିଲା। ଆଣିବା ବାଟରେ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ, ଗ୍ରାମର ବିଦ୍ୟାଳୟ ଆଦି ସ୍ଥାନରେ କିଛି ସମୟ ଲାଗି ମରଶରୀରକୁ ରଖାଯାଇଥିଲା। ଏହାପରେ ଘରକୁ ଅଣାଯାଇଛି। ସେଠାରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ଏସ୍‌ପି ଅନୁପମା ଜେମ୍ସ, ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ସୁଧାଂଶୁ ମହାନ୍ତି, ରାଜସ୍ବ ଅଧିକାରୀ ମନୋଜ କୁମାର ମାଝୀ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, କାମାକ୍ଷାନଗର ଥାନାଧିକାରୀ ନିରଞ୍ଜନ ସେଠୀଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଉପସ୍ଥିତ ରହି ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri