Posted inଖେଳ

ଜନ୍ମ ଦିନରେ ଶତକ ସହ ଅଷ୍ଟ୍ରେଲିଆକୁ ବିଜୟୀ କଲେ ଓ୍ବାର୍ନର

ଆଡିଲେଡ, ୨୭।୧୦(ଏଏଫପି) : ୩୩ତମ ଜନ୍ମଦିନରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର। ତାଙ୍କର ଏହି ଶତକ ବଳରେ ଅଷ୍ଟ୍ରେଲିଆ ସିରିଜର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ୧୩୪ ରନରେ ପରାସ୍ତ କରିଛି। ଟି୨୦ରେ ଏହାଥିଲା ଓ୍ବାର୍ନରଙ୍କ ପ୍ରଥମ ଶତକ। ବାର୍ଥଡେ ବୟ ଓ୍ବାର୍ନରଙ୍କ ଅପରାଜିତ ଶତକ ବଳରେ ଅଷ୍ଟ୍ରେଲିଆ ୨୦ ଓଭରରେ ୨ ଉଇକେଟ ହରାଇ ବୃହତ୍‌ ୨୩୩ ରନ କରିଥିଲା। ଓ୍ବାର୍ନର ୫୬ ବଲ୍‌ରୁ ୧୦ ଚୌକା ଓ ୪ ଛକା ସହାୟତାରେ ୧୦୦ ରନ କରି ଅପରାଜିତ ରହିଥିବାବେଳେ ଆରନ ଫିଞ୍ଚ୍‌ ୬୪ (୩୬ ବଲ, ୮ ଚୌକା, ୩ ଛକା) ଏବଂ ଗ୍ଲେନ ମ୍ୟାକ୍ସଓ୍ବେଲ ଦ୍ରୁତ ୬୨ (୨୭ ବଲ, ୭ ଚୌକା, ୩ ଛକା) ରନର ଇନିଂସ ଖେଳିଥିଲେ। ଜବାବରେ ଶ୍ରୀଲଙ୍କା ୨୦ ଓଭରରେ ୯ ଉଇକେଟ ହରାଇ କେବଳ ୯୯ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଦୁସାନ ଶନକା ସର୍ବାଧିକ ୧୭ ରନ କରିଥିଲେ। ଅଷ୍ଟ୍ରେଲୀୟ ବୋଲରଙ୍କ ମଧ୍ୟରେ ଆଡାମ ଜାମ୍ପା ୩ଟି ଏବଂ ମିଚେଲ ଷ୍ଟାର୍କ ଓ ପ୍ୟାଟ୍‌ କୁମିନ୍ସ ୨ଟି ଲେଖାଏ ଉଇକେଟ ନେଇଥିଲେ। ଓ୍ବାର୍ନର ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ବିଜୟ ଫଳରେ ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri