Posted inଖେଳ

ଜନ୍ମ ଦିନରେ ଶତକ ସହ ଅଷ୍ଟ୍ରେଲିଆକୁ ବିଜୟୀ କଲେ ଓ୍ବାର୍ନର

ଆଡିଲେଡ, ୨୭।୧୦(ଏଏଫପି) : ୩୩ତମ ଜନ୍ମଦିନରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର। ତାଙ୍କର ଏହି ଶତକ ବଳରେ ଅଷ୍ଟ୍ରେଲିଆ ସିରିଜର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ୧୩୪ ରନରେ ପରାସ୍ତ କରିଛି। ଟି୨୦ରେ ଏହାଥିଲା ଓ୍ବାର୍ନରଙ୍କ ପ୍ରଥମ ଶତକ। ବାର୍ଥଡେ ବୟ ଓ୍ବାର୍ନରଙ୍କ ଅପରାଜିତ ଶତକ ବଳରେ ଅଷ୍ଟ୍ରେଲିଆ ୨୦ ଓଭରରେ ୨ ଉଇକେଟ ହରାଇ ବୃହତ୍‌ ୨୩୩ ରନ କରିଥିଲା। ଓ୍ବାର୍ନର ୫୬ ବଲ୍‌ରୁ ୧୦ ଚୌକା ଓ ୪ ଛକା ସହାୟତାରେ ୧୦୦ ରନ କରି ଅପରାଜିତ ରହିଥିବାବେଳେ ଆରନ ଫିଞ୍ଚ୍‌ ୬୪ (୩୬ ବଲ, ୮ ଚୌକା, ୩ ଛକା) ଏବଂ ଗ୍ଲେନ ମ୍ୟାକ୍ସଓ୍ବେଲ ଦ୍ରୁତ ୬୨ (୨୭ ବଲ, ୭ ଚୌକା, ୩ ଛକା) ରନର ଇନିଂସ ଖେଳିଥିଲେ। ଜବାବରେ ଶ୍ରୀଲଙ୍କା ୨୦ ଓଭରରେ ୯ ଉଇକେଟ ହରାଇ କେବଳ ୯୯ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଦୁସାନ ଶନକା ସର୍ବାଧିକ ୧୭ ରନ କରିଥିଲେ। ଅଷ୍ଟ୍ରେଲୀୟ ବୋଲରଙ୍କ ମଧ୍ୟରେ ଆଡାମ ଜାମ୍ପା ୩ଟି ଏବଂ ମିଚେଲ ଷ୍ଟାର୍କ ଓ ପ୍ୟାଟ୍‌ କୁମିନ୍ସ ୨ଟି ଲେଖାଏ ଉଇକେଟ ନେଇଥିଲେ। ଓ୍ବାର୍ନର ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ବିଜୟ ଫଳରେ ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri