ଜନ ପ୍ରତିନିଧି, ସରକାରୀ ଅଧିକାରୀ ପ୍ରସ୍ତୁତ ରହିବାକୁ ଆହ୍ବାନ

ଯାଜପୁର ଅଫିସ,୨୨ା୪: ଯେନତେନ ପ୍ରକାରେ ବାହାର ରାଜ୍ୟରୁ ବିଶେଷ କରି କୋଲକତାରୁ ଆସିଥିବା ବ୍ୟକ୍ତିମାନେ ପଞ୍ଜୀକୃତ ହୋଇ ନାହାନ୍ତି। ସେମାନେ ଦୟାକରି ତୁରନ୍ତ ପଞ୍ଜୀକରଣ କରାଇ ସରକାରୀ କ୍ବାରାଣ୍ଟାଇନରେ ରହିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ଅନୁରୋଧ କରିଛନ୍ତି। କରୋନା ପାଇଁ ବାହାର ରାଜ୍ୟରେ ଯାଜପୁର ଜିଲାର ହଜାର ହଜାର ଲୋକ ଅଟକି ରହିଛନ୍ତି। ଲକ୍‌ଡାଉନ ଯୋଗୁ ସେମାନେ ଆସିପାରୁ ନାହାନ୍ତି କିମ୍ବା ଯାଜପୁର ଜିଲାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକେ ମଧ୍ୟ ସେମାନଙ୍କ ରାଜ୍ୟକୁ ଯାଇପାରୁ ନାହାନ୍ତି। ଲକ୍‌ଡାଉନ ପରେ ଅଟକି ଥିବା ଲୋକ ନିଜ ଅଞ୍ଚଳକୁ ଫେରିବେ। ସେଥିପାଇଁ ପ୍ରତ୍ୟେକ ପ୍ରସ୍ତୁତ ରହିବାକୁ ଜିଲାପାଳ ଦାସ ଆହ୍ବାନ ଦେଇଛନ୍ତି। ବୁଧବାର ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ। କନ୍‌ଫରେନ୍ସର ନିର୍ଯ୍ୟାସ ଅନୁସାରେ ବାହାରେ ଥିବା କୌଣସି ବ୍ୟକ୍ତି ବିନା ପଞ୍ଜୀକରଣରେ ଗାଁକୁ ଆସିପାରିବେ ନାହିଁ। ପଞ୍ଜୀକରଣ ପାଇଁ ଏକ ପୋର୍ଟାଲ ଖୋଲାଯିବ ଓ ଏହା ଆସନ୍ତା ୨୪ ତାରିଖରୁ କାର୍ଯ୍ୟ କରିବ। ପଞ୍ଜୀକୃତ ବ୍ୟକ୍ତି ସରକାରୀ କ୍ବାରାଣ୍ଟାଇନରେ ରହିବେ ଓ ୧୪ଦିନ ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ସେମାନଙ୍କୁ ଛଡ଼ା ଯାଇପାରେ। ସଫଳ କ୍ବାରାଣ୍ଟାଇନ ପାଇଁ ସରକାର ଘୋଷଣା କରିଥିବା ୨ହଜାର ଟଙ୍କା ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ। ବର୍ତ୍ତମାନ କ୍ବାରାଣ୍ଟାଇନ କେନ୍ଦ୍ରରେ ଅଧିକ ଲୋକ ରହିବା ବ୍ୟବସ୍ଥା, ଏହାକୁ ପରିଚାଳନା ପାଇଁ ଟିମ୍‌ ବ୍ୟବସ୍ଥା, ସମ୍ପୃକ୍ତ ସ୍ଥାନକୁ ପରିଷ୍କାର ପରିଚ୍ଛନ୍ନ ରଖିବା, ରନ୍ଧାଖାଦ୍ୟ ବ୍ୟବସ୍ଥା, ବିଶୋଧନ ବ୍ୟବସ୍ଥା ଇତ୍ୟାଦି କରାଯିବ। ଏହି କାର୍ଯ୍ୟକୁ ସଫଳଭାବେ ପରିଚାଳନା ପାଇଁ ପଞ୍ଚାୟତରୁ ଜିଲା ପର୍ଯ୍ୟନ୍ତ ସ୍ବତନ୍ତ୍ର ଦଳଗୁଡ଼ିକୁ ବାଛି ପ୍ରଶିକ୍ଷିତ କରାଯିବ। ଏହାକୁ ସମସ୍ତ ସରପଞ୍ଚ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଅନ୍ୟାନ୍ୟ ଦାୟିତ୍ୱରେ ଥିବା ଅଧିକାରୀ ପାଳନ କରିବାକୁ ଜିଲାପାଳ ଦାସ ଅନୁରୋଧ କରିଛନ୍ତି। ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର, ରାଜସ୍ବ ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ, ଯାଜପୁର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ଓ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri