ଜବରଦଖଲକାରୀ ମାଡ଼ି ବସିଛନ୍ତି ଜମି: ୬୦ ବର୍ଷର ହାଟର ମିଳୁନି ଚିହ୍ନବର୍ଣ୍ଣ

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.)

ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ପ୍ରାୟ ୬୦ ବର୍ଷର ଏକ ପୁରାତନ ହାଟର ଆଉ ଚିହ୍ନବର୍ଣ୍ଣ ନାହିଁ। ଏହାର ଜମି ଏବେ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସ୍ଥାନୀୟ ଚାଷୀ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଗ୍ରାମବାସୀ କୃତାର୍ଥ ଚନ୍ଦ୍ର ସିଂହ, ଶିବରାମ ସାହୁ, ନିର୍ମଳ ସାହୁ ପ୍ରମୁଖଙ୍କ କହିବା ଅନୁଯାୟୀ, ୧୯୬୧ ମସିହାରେ ଏହି ହାଟ ପ୍ରତିଷ୍ଠା ହୋଇଥିଲା। ବଳରାମପ୍ରସାଦ ଠାରେ ପାଟଣା ବୋଲି ଏକ ବ୍ୟବସାୟିକ ସ୍ଥାନ ରହିଥିଲା। ପାଟଣାର ଲୋକମାନେ ତେଲ, ଲୁଗା ବୁଣା କାର୍ଯ୍ୟ କରିବା ସହ ବିଭିନ୍ନ ପ୍ରକାର ବ୍ୟବସାୟ କରୁଥିଲେ। ସେମାନେ ଏହି ହାଟ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ ଥିଲେ। ସେହିପରି ଆଖପାଖ ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ଗ୍ରାମର ଚାଷୀ ଏଠାରେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି କରି ଚଳୁଥିଲେ। ଫଳରେ ହାଟରେ ଗ୍ରାହକମାନଙ୍କ ବେଶ ଭିଡ଼ ଜମୁଥିଲା। ସେତେବେଳେ ପଞ୍ଚାୟତ ପକ୍ଷରୁ ଏହାର ପରିଚାଳନା କରାଯାଉଥିଲା। କିନ୍ତୁ ଏହି ପୁରୁଣା ହାଟ ଏବେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଏପରିକି ବର୍ତ୍ତମାନ ହାଟ ଅଞ୍ଚଳ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ପିଣ୍ଡି ଗୁଡ଼ିକୁ ଭାଙ୍ଗି ଯାଇଥିବା ବେଳେ ହାଟର କୌଣସି ଚିହ୍ନବର୍ଣ୍ଣ ଦେଖିବାକୁ ମିଳୁନାହିଁ। ତୁରନ୍ତ ଏ ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବଳରାମପ୍ରସାଦ ସରପଞ୍ଚ ମଧୁଛନ୍ଦା ସାହୁ କୁହନ୍ତି, ଦୀର୍ଘ ବର୍ଷ ହେଲା ଉକ୍ତ ହାଟ ବନ୍ଦ ହୋଇଗଲାଣି। ସେତେବେଳେ କେହି ଏଥିପ୍ରତି ଦୃଷ୍ଟି ଦେଲେନାହିଁ। ଫଳରେ ହାଟ ଜାଗା ଏବେ ଜବରଦଖଲକୁ ଚାଲିଯାଇଛି ବୋଲି ସରପଞ୍ଚ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri