ଜବରଦଖଲମୁକ୍ତ ହେଲା ସରକାରୀ ପୋଖରୀ: ଦଖଲକାରୀ ପରିବାର ଦେବେ ୨୬ ଲକ୍ଷ ୧ ହଜାର ୫୫୫ ଟଙ୍କା

ଅନୁଗୋଳ ଅଫିସ,୪ା୬ – ଦୀର୍ଘବର୍ଷ ଧରି ଜବରଦଖଲରେ ଥିବା ମତ୍ସ୍ୟ ବିଭାଗର କେତେକ ପୋଖରୀ ମଙ୍ଗଳବାର ଦଖଲମୁକ୍ତ ହୋଇଛି। ଏହାପରେ ବୁଧବାର ଅନୁଗୋଳ ମତ୍ସ୍ୟ ବିଭାଗ ଉକ୍ତ ପୋଖରୀରୁ ମାଛ ମାରିଥିବା ସୂଚନା ମିଳିଛି।
ପ୍ରକାଶ ଯେ, ଅନୁଗୋଳ ସହର ମଦନମୋହନପଡାରେ ମତ୍ସ୍ୟ ବିଭାଗର ପୋଖରୀ ରହିଛି। ୨୦୦୪ରେ ତାହାକୁ ଜଣେ ବ୍ୟକ୍ତିଙ୍କୁ ଲିଜ୍‌ ଆକାରରେ ଦିଆଯାଇଥିଲା। ୨୦୧୮ରେ ଲିଜ୍‌ ଅବଧି ଶେଷ ହୋଇଥିଲା। କିନ୍ତୁ ଲିଜ୍‌ଧାରୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଉକ୍ତ ସରକାରୀ ପୋଖରୀକୁ ନିଜ ଅକ୍ତିଆରରେ ରଖିଥିଲେ। ପୋଖରୀ ଫେରାଇ ଆଣିବାକୁ ଉଦ୍ୟମ କରିଥିଲେ ବି ମତ୍ସ୍ୟ ବିଭାଗ ବିଫଳ ହୋଇଥିଲା। ତେବେ ଗତ ମାସରେ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ ଅନୁଗୋଳ ଗସ୍ତରେ ଆସିଥିବା ବେଳେ ଏ ସମ୍ପର୍କରେ ଜାଣି ସମାଧାନ ପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଜିଲାପାଳ ଏହାର ସମାଧାନ ଉପଜିଲାପାଳ ବାସୁଦେବ ଶତପଥୀଙ୍କ କୋର୍ଟରେ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ଏହାର ସମାଧାନ କରିବା ସହ ପୋଖରୀରୁ ମାଛ ମାରିବାକୁ ମତ୍ସ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ସୁରକ୍ଷା ପାଇଁ ଏସ୍‌ପିଙ୍କ ଅନୁମତି ମାଗିଥିଲେ। ବୁଧବାର ମାଜିଷ୍ଟ୍ରେଟଙ୍କ ସହ ଗୋଟିଏ ପ୍ଲାଟୁନ ଫୋର୍ସ ଉପସ୍ଥିତିରେ ମାଛ ମରାଯାଇଥିଲା। ପୋଖରୀ ଜବରଦଖଲ ମୁକ୍ତ ହୋଇଥିବାରୁ ଜାଅଁଳ ଉତ୍ପାଦନ କରାଯିବ ବୋଲି ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ଶାନ୍ତନୁ ସାହୁ କହିଛନ୍ତି। ସେହିପରି ଜବରଦଖଲ କରିଥିବା ପରିବାରବର୍ଗ ମତ୍ସ୍ୟ ବିଭାଗକୁ ୨୬ ଲକ୍ଷ ଏକ ହଜାର ୫୫୫ ଟଙ୍କା ଭରଣ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri