ଜବରଦଖଲରେ ଖେଳପଡିଆ: ଥାନାରେ ଅଭିଯୋଗ କଲେ ଗ୍ରାମବାସୀ

ଆନନ୍ଦପୁର, ୯। ୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଖଡିକାଶୂଳ ବାହାଳୀ ଗ୍ରାମରେ ଥିବା ସର୍ବସାଧାରଣଙ୍କ ଖେଳ ପଡିଆକୁ ଜଣେ ବ୍ୟକ୍ତି ଜବରଦଖଲ କରି ଘର କରିବା ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସମ୍ପୃକ୍ତ ଗ୍ରାମର ୯୦ ପ୍ରତିଶତ ଲୋକଙ୍କର ନିଜସ୍ବ ଜାଗା ନ ଥିବା ବେଳେ ସରକାରୀ ସ୍ତରରେ ୪ ଡିସମିଲି ପଟ୍ଟା ଜାଗା ପ୍ରଦାନ କରାଯାଇଛି। ତେବେ ଗ୍ରାମର ଜଣେ ବ୍ୟକ୍ତି ସରକାରୀ ପଟ୍ଟା ପାଇ ନିଜସ୍ବ ଘର କରିଥିଲେ ସୁଦ୍ଧା ଜବରଦସ୍ତ ଖେଳପଡିଆର କିଛି ଅଂଶରେ ଘର ତିଆରି ସାମଗ୍ରୀ ପକାଇ ସୋମବାର ଘର ତିଆରି କରିବାକୁ ଉଦ୍ୟମ କରିଥିଲେ। ଏହି ଘଟଣାରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ରାମଚନ୍ଦ୍ରପୁର ପୋଲିସ ପହଞ୍ଚି କେତେକ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରିଥିବା ଜଣାପଡିଛି। ଏହି ଘଟଣାର ବିଧିବଦ୍ଧ ତଦନ୍ତ କରି ଘର କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗ୍ରାମର ବହୁ ସଂଖ୍ୟାରେ ପୁରୁଷ ଓ ମହିଳା ଥାନାରେ ପହଞ୍ଚିଥିଲେ। ପୋଲିସ ଘର କରୁଥିବା ଲୋକ ଏବଂ ଅଟକ ରହିଥିବା ଲୋକଙ୍କର ପଟ୍ଟା ମଗାଇ ଯାଞ୍ଚ କରିବା ସହିତ ସ୍ଥାନୀୟ ଆରଆଇଙ୍କ ସହିତ ଯୋଗାଯୋଗ କରିଥିଲେ। ସୋମବାର ଛୁଟି ଓ ହୋଲି ଛୁଟି ଖୋଲିବା ପରେ ଘସିପୁରା ତହସିଲଦାର ଏବଂ ଆରଆଇଙ୍କ ଉପସ୍ଥିତରେ ଜାଗା ମାପଚୁପ କରାଯାଇ ଚିହ୍ନଟ କରିବା ସହିତ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବା ପରେ ଲୋକମାନେ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri