ଜବରଦଖଲରେ ମୁଖ୍ୟ ରାସ୍ତା, ବଢୁଛି ଟ୍ରାଫିକ୍‌ ସମସ୍ୟା

ଚିକିଟି,୨୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ଗୁରୁତର ହେବାରେ ଲାଗିଛି ।ବଜାରର ଅଣଓସାରିଆ ରାସ୍ତା ଏହାର ମୁଖ୍ୟ କାରଣ । ୧୯୭୩ରେ ଚିକିଟି ଏନ୍‌ଏସି ଗଠିତ ହୋଇଥିଲା । କ୍ରମବଦ୍ଧିଷ୍ଣୁ ଏହି ସହରର ମୁଖ୍ୟ ବଜାରରେ ସୁଚିନ୍ତିତ ରାସ୍ତା ନିର୍ମାଣ କରାଯାଇ ନ ଥିବାରୁ ଏହାର ପରିଣାମ ସ୍ଥାନୀୟ ଓ ଆଖପାଖ ଅଞ୍ଚଳରୁ ଆସୁଥିବା ଲୋକଙ୍କୁ ଭୋଗିବାକୁ ପଢୁଛି ।
ଚିକିଟି ଏନଏସି ୧୨ ୱାର୍ଡକୁ ନେଇ ଗଠିତ । ପ୍ରତି ୱାର୍ଡରେ ରାସ୍ତା ପାଇଁ ଅତିକମ୍‌ରେ ୧୨ଫୁଟ ଓ ଡ୍ରେନ୍‌ ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ୩ ଫୁଟ ଜାଗା ରହିବା ଆବଶ୍ୟକ। ମାତ୍ର ଚିକିଟି ମୁଖ୍ୟ ବଜାର ଏବଂ ପ୍ରତି ୱାର୍ଡର ରାସ୍ତା ଏତେ ସଂକୀର୍ଣ୍ଣ ଯେ ରାସ୍ତାରେ ଦୁଇଟି ଗାଡି ଯାତାୟାତ ସମ୍ଭବ ହେଉନାହିଁ। ଅନ୍ୟପକ୍ଷରେ ପ୍ରତ୍ୟେକ ଗଳିକନ୍ଦିରେ ଉଠାଦୋକାନୀ ତଥା ବ୍ୟବସାୟୀମାନେ ଜବରଦଖଲ କରିଥିବାରୁ ରାସ୍ତା ଅଧିକ ସଂକୁଚିତ ହେଉଛି। ଏଥିପାଇଁ ଛୋଟବଡ ଦୁର୍ଘଟଣା ଘଟିବାରେ ଲାଗିଛି । କେତେଜଣ ବୟୋଜ୍ୟେଷ୍ଠ ଲୋକଙ୍କ କହିବା ଅନୁଯାୟୀ ବଜାରର ମୁଖ୍ୟ ରାସ୍ତା ୨୦ ଫୁଟରୁ ଅଧିକ ଥିଲା । ଦିନକୁ ଦିନ ଏହା ସଂକୁଚିତ ହେଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏଥିସହ ସରକାରୀ ଓ ବେସରକାରୀ ଉଚ୍ଚବିଦ୍ୟାଳୟ ସାଙ୍ଗକୁ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟ ଥିବାରୁ ବଜାର ମୁଖ୍ୟ ରାସ୍ତାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗହଳି ଲାଗି ରହେ। ତେଣୁ ଏନଏସି କର୍ତ୍ତୃପକ୍ଷ, ଜିଲା ପ୍ରଶାସନ ଓ ପୋଲିସ୍‌ ପ୍ରଶାସନ ପକ୍ଷରୁ ରାସ୍ତାରୁ ଜବରଦଖଲ ହଟାଇ ଅଧିକ ଚଉଡା କରିବା ନିମନ୍ତେ ସାଧାରଣରେ ଦାବି ହେଉଛି । ଅନ୍ୟପକ୍ଷରେ ବିନା ଡ୍ରାଇଭଂ ଲାଇସେନ୍ସରେ କମ୍‌ ବୟସର ୨ଚକିଆ, ତିନିଚକିଆ ଓ ଚାରିଚକିଆ ଚାଳକମାନେ ବେପରୁଆ ଗାଡି ଚଳାଉ ଥିବାରୁ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଶ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ଏନ୍‌ଏସି କାଯର୍‌ୟନିର୍ବାହୀ ଅଧିକାରୀ ସୁଜିତ କୁମାର ଚୌଧୁରୀଙ୍କୁ ପଚାରିବାରୁ ସେ ୪ ମାସ ହେଲା ଏଠାରେ ନିଯୁକ୍ତି ପାଇଛନ୍ତି, ପୂର୍ବରୁ କ’ଣ ହୋଇଛି ତାହା ଜାଣି ନ ଥିବା କହିଛନ୍ତି। ବର୍ତ୍ତମାନ ଟ୍ରାଫିକ୍‌ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ସହଯୋଗରେ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?