ଜବରଦଖଲରେ ସରକାରୀ ଜମି

ଆରଡ଼ି,୧୦।୨ (ଡି.ଏନ.ଏ.)-ଜବରଦଖଲକାରୀଙ୍କ କବଳରେ ସରକାରୀ ଜମି। କାର୍ଯ୍ୟାନୁଷ୍ଠାନ ପାଇଁ ୨୦୧୪ରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ତହସିଲ କାର୍ଯ୍ୟାଳୟର ଉଦାସୀନତା ପାଇଁ ତାହା କାର୍ଯ୍ୟକାରୀ ହୋଇପାରୁନି ବୋଲି ଅଭିଯୋଗ କରି ପୁନଃ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟ ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଅଭିଯୋଗ ହୋଇଛି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଓଳଗ ପଞ୍ଚାୟତ ଅଧୀନ ଷାଠିବାଙ୍କୁଡ଼ା ଗାଁରେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଏହି ଗାଁରେ ରକ୍ଷିତ, ଗୋଚର, ଆବାଦିଯୋଗ୍ୟ ଅନାବାଦୀ, ପାଣିନାଳ ଆଦି ବିଭିନ୍ନ କିସମର ସରକାରୀ ଜମି ରହିଛି। ଗ୍ରାମରେ ଥିବା ତଫସିଲଭୁକ୍ତ ଜାତି, ଗ୍ରୀନକାର୍ଡଧାରୀ ଓ ଅନ୍ୟ ସରକାରୀ କର୍ମଚାରୀଙ୍କୁ ନିୟମାନୁସାରେ ସରକାରୀ ଜମି ଯୋଗାଇ ଦିଆଯାଇଛି। ହେଲେ ଗାଁର ୪୦ରୁ ଅଧିକ ପରିବାର ପ୍ରଥମେ ବାଡ଼ ବୁଜି ସରକାରୀ ଜାଗା ଅକ୍ତିଆର କରିଥିଲେ। ଯେଉଁ ଜାଗା ଖେଳପଡ଼ିଆ ଓ ଚାରଣ ଭୂମି ରୂପେ ପୂର୍ବରୁ ବ୍ୟବହୃତ ହେଉଥିଲା, ସେଠାରେ କେତେକ ବ୍ୟକ୍ତି ବାଉଁଶରେ ତିଆରି ଅସ୍ଥାୟୀ ଘର, ବ୍ୟବସାୟ ପ୍ରତିଷ୍ଠାନ, ପକ୍କାଘର ଏପରିକି ପାଇଖାନା ନିର୍ମାଣ କରିଛନ୍ତି। ଏହାକୁ ବିରୋଧ କରି ଗ୍ରାମବାସୀ ୨୦୧୩ରେ ଚାନ୍ଦବାଲି ତହସିଲ ଓ ଜିଲା ପ୍ରଶାସନକୁ ଅବଗତ କରିଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାରୁ ସେମାନେ ୨୦୧୪ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୧୬ରେ ଜବରଦଖଲକାରୀଙ୍କ ବିରୋଧରେ ଆଉ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଏର କରାଯାଇଥିଲା। ୨୦୧୭ ନଭେମ୍ବର ୭ରେ ହାଇକୋର୍ଟ ୬ ମାସ ମଧ୍ୟରେ ଜବରଦଖଲକାରୀଙ୍କୁ ହଟାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ଚାନ୍ଦବାଲି ତହସିଲଦାରଙ୍କୁ ସେହି ଜମିର ବର୍ତ୍ତମାନର ସ୍ଥିତି ପରଖି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତହସିଲ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ତଦନ୍ତ କରାଯାଇଥିଲା। ଏହାମଧ୍ୟରେ ଦୁଇବର୍ଷ ବିତିଯାଇଥିଲେ ମଧ୍ୟ ଜବରଦଖଲ ଉଚ୍ଛେଦ ହୋଇପାରି ନାହିଁ। ଫଳରେ ଜବରଦଖଲକାରୀ ଅଧିକ ସକ୍ରିୟ ହୋଇ ଆହୁରି ସରକାରୀ ଜମି ଅକ୍ତିଆର କରିବାରେ ଲାଗିଛନ୍ତି। ମୋ ସରକାରରେ ରାଜସ୍ବ ବିଭାଗ ଅନ୍ତର୍ଭୁକ୍ତ ହେବାକୁ ଯାଉଥିବାରୁ ଷାଠିବାଙ୍କୁଡ଼ା ଗ୍ରାମବାସୀ ସେଠାରେ ଅଭିଯୋଗ କରିବେ ବୋଲି କହିଛନ୍ତି। ଏ ସମ୍ପର୍କରେ ଆରଡ଼ି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟଙ୍କୁ ପଚାରିବାରୁ କହିଛନ୍ତି, ୪୧ ଜବରଦଖଲକାରୀଙ୍କ ମଧ୍ୟରୁ ପ୍ରାୟ ଓହରି ଆସିଲେଣି। ନିକଟରେ ଅମିନ ଡାକି ଅନ୍ୟମାନଙ୍କୁ ଜବରଦଖଲରୁ ହଟାଯିବାକୁ ତହସିଲ ପକ୍ଷରୁ ଯୋଜନା ଚାଲିଛି। ଖୁବ୍‌ଶୀଘ୍ର ତାହା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri